Advertisment

Republic Day 2025: ଖୁସି ଖବର ଦେଲେ ମୋହନ ଚରଣ ମାଝୀ,ଗାଁ ଲୋକଙ୍କ ହାତରେ ରହିବ ବିକାଶର ଚାବିକାଠି

ଓଡ଼ିଶାର ବିକାଶକୁ ଦ୍ବିଗୁଣିତ କରିବ ଡବଲ୍ ଇଞ୍ଜିନ୍ ସରକାର । ଗାଁ ଲୋକଙ୍କ ହାତରେ ରହିବ ବିକାଶର ଚାବିକାଠି । ଆଜି କଟକ ବିଡ଼ାନାସୀ ଗ୍ରାଉଣ୍ଡରେ ୭୬ ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଛି ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅଦ୍ୟତନ ହୋଇଛି
CM Mohan Charan Majhi In Cuttack

Republic Day 2025 Celebration

Advertisment

ଓଡ଼ିଶାର ବିକାଶକୁ ଦ୍ବିଗୁଣିତ କରିବ ଡବଲ୍ ଇଞ୍ଜିନ୍ ସରକାର । ଗାଁ ଲୋକଙ୍କ ହାତରେ ରହିବ ବିକାଶର ଚାବିକାଠି । ଆଜି କଟକ ବିଡ଼ାନାସୀ ଗ୍ରାଉଣ୍ଡରେ ୭୬ ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଛି ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହରାଞ୍ଚଳ ଭଳି ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ୍ କରିବ ଓଡ଼ିଶାର ଡବଲ୍ ଇଞ୍ଜିନ୍ ସରକାର ।

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ବିଜେପି ସରକାର ଓଡ଼ିଶାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିଛି । ରାଜ୍ୟରେ ଏବେ ୭୩ ହଜାର କୋଟିର ରେଳ ପ୍ରକଳ୍ପ କାମ ଚାଲିଛି । ସେହିଭଳି ୨୦ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି । ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ମଧ୍ୟ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି । ଆଜିର ଦିନ ଉତ୍ସବର ଦିନ ନୁହେଁ, ବରଂ ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଆଧୁନିକ ଭାରତ ଇତିହାସରେ ଦୁଇଗୋଟି ଦିନ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ । ୧୯୪୭ ଅଗଷ୍ଟ ୧୫ ଯେଉଁଦିନ ଆମ ଦେଶ ଭାରତ ଏକ ସ୍ଵାଧୀନ ରାଷ୍ଟ୍ର ଭାବେ ଜନ୍ମନେଲା ଏବଂ ୧୯୫୦ ଜାନୁଆରୀ ୨୬ ଯେଉଁଦିନ ଦେଶ ଏକ ଗଣତାନ୍ତ୍ରିକ ସାର୍ବଭୌମ୍ୟ ରାଷ୍ଟ୍ରରେ ପରିଣତ ହେଲା । ଦେଶ ସ୍ଵାଧୀନ ହେବା ପରେ ସବୁଠାରୁ ବଡ ଆହ୍ଵାନ ଥିଲା ଏହାର ସୁରକ୍ଷା ଓ ଅଖଣ୍ଡତାକୁ ବଜାୟ ରଖିବା ସହିତ ଲୋକଙ୍କ ସ୍ଵପ୍ନର ଭାରତ ଗଠନ ପାଇଁ ଏକ ସୁଶାସନ ପ୍ରଦାନ କରିବା। ଏହି ଉଦ୍ଦେଶ୍ୟରେ ଦେଶର ବିଭିନ୍ନ ପ୍ରାନ୍ତରୁ ନିର୍ବାଚିତ ହୋଇଥିବା ପ୍ରତିନିଧିମାନେ ତିନି ବର୍ଷର ବିଚାର ବିମର୍ଶ ପରେ ଦେଶକୁ ଭାରତୀୟ ସମ୍ବିଧାନର ଉପହାର ଦେଇଥିଲେ ।

Advertisment

ଅଧିକ ପଢ଼ନ୍ତୁ: ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ମୁଖ୍ୟ ଅତିଥିଭାବେ ଯୋଗଦେବେ ଇଣ୍ଡୋନେସିଆ ରାଷ୍ଟ୍ରପତି

ଆଜି ଭଳି ପବିତ୍ର ଦିନରେ ମହାନ୍ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ । ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ । ଦେଶର ଗଣତନ୍ତ୍ରକୁ ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି । ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି । ଏହାସହ ସମସ୍ତେ ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ଆଜି କଟକରେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । 

Advertisment

ଅଧିକ ପଢ଼ନ୍ତୁ: ଆଜି ୭୬ତମ ସାଧାରଣତନ୍ତ୍ର ଦିବସ, ବିଶ୍ୱ ଦେଖିବ ଭାରତର ପରାକ୍ରମ

Odisha Cuttack Republic Day Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ