ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି: ମୁଖ୍ୟମନ୍ତ୍ରୀ

ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ । ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି ବୋଲି ନିଜ ସମ୍ବୋଧନରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Mohan majhi

ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କରିଛନ୍ତି ମୋହନ ମାଝୀ । ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିବା ସହ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ସେ କହିଛନ୍ତି, ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ । ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା । ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି । ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି । ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ । ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେ କହିଛନ୍ତି ଯେ, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ । ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି ବୋଲି ନିଜ ସମ୍ବୋଧନରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେ ଆହୁରି କହିଛନ୍ତି, ଶ୍ରୀମନ୍ଦିର ୪ ଦ୍ବାର, ରତ୍ନଭଣ୍ଡାର ଖୋଲିଛୁ । ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା, ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଲାଗୁ ହେବ। ଏହି ଦୁଇଟି ପଦକ୍ଷେପ ଗ୍ରାମାଞ୍ଚଳ ଅର୍ଥନୀତିକୁ ସୁଦୃଢ଼ କରିବ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ । ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ।

ସେହିପରି ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ଷ୍ଟାଡିଅମ ନିର୍ମାଣ ହେବ। ୧୯୭୫ ଏମର୍ଜେନ୍ସିରେ ମିଶା ଆଇନ ବଳରେ ଅନେକଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା । ସେମାନଙ୍କୁ ସମ୍ମାନ ଦେବା ଲାଗି ପେନସନ୍, ମାଗଣା ବସ୍ ସେବା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।