Advertisment

Odisha CM Mohan Majhi: ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ; କହିଲେ-ଗତ ସରକାର ଚାଷୀଙ୍କୁ କଥା ଦେଇ କଥା ରଖିନଥିଲେ

ହଇରାଣ କରୁଥିବା ତତ୍ତ୍ବଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏଭଳି କଡ଼ା ବୟାନ ଦେଇଛନ୍ତି । ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।

ଅଦ୍ୟତନ ହୋଇଛି
Odisha CM Mohan Majhi Lashes Out BJD Govt

Odisha CM Criticizes Previous BJD Govt

Advertisment

ସମବାୟ ସମାଜକୁ କ୍ଷତି ପହଞ୍ଚାଉ ଥିବା ବ୍ୟକ୍ତିଙ୍କ ପାଇଁ ଝାରପଡ଼ା ଜେଲ୍ ଅଛି । ହଇରାଣ କରୁଥିବା ତତ୍ତ୍ବଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏଭଳି କଡ଼ା ବୟାନ ଦେଇଛନ୍ତି । ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି । 

Advertisment

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ କଥା ରଖିନଥିଲେ। ସୋହେଲାରେ କହିଲେ ଚାଷୀଙ୍କୁ ଶହେ ଟଙ୍କା ବୋନସ ଦେବେ, କିନ୍ତୁ ଦେଲେନି। ଚାଷୀ ଆତ୍ମହତ୍ୟା କରୁଥିଲେ ବୋଲି କହିଲେ ମୋହନ ମାଝୀ । ଆମ ସରକାର ଆସୁ ଆସୁ ବଡ଼ ପଦକ୍ଷେପ ନେବା ପାଇଁ ଯାଉଛୁ । କ୍ବିଣ୍ଟାଲ ପିଛା ୮୦୦ ଟଙ୍କା ଦେବାକୁ ବ୍ୟବସ୍ଥା କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ଅଧିକ ପଢନ୍ତୁ: ବେଦାନ୍ତ ବିଶ୍ବବିଦ୍ୟାଳୟ ଜମିହରାଙ୍କୁ ଆଶ୍ୱସ୍ତି; ପାଇବେ ଜମି, ଫେରାଇବେ ଟଙ୍କା

Advertisment

ଅନ୍ୟପକ୍ଷରେ ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ଯାଏଁ ଧାନ ସଂଗ୍ରହ ଚାଲିବ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP କୁଇଣ୍ଟାଲ ପିଛା ୨୩ଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ୮ ଠାରୁ ୨୩ଶହ ଟଙ୍କା ସହିତ ଅତିରିକ୍ତ ୮ଶହ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ।  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, Quality Analyst, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।

Advertisment

ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲ୍ଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ  ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ। 

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଆଲୋଚନାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ପ୍ରମୁଖ ଯୋଗଦେଇଥିଲେ।

ଅଧିକ ପଢନ୍ତୁ: Paddy Procurement: ୨୦ରୁ ଧାନ ସଂଗ୍ରହ, ୧୫ରୁ ଟୋକନ ବଣ୍ଟ

Odisha News BJD Odisha CM Odisha Politics BJD Govt Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ