/odishatv-khabar/media/post_attachments/uploadimage/library/16_9/16_9_0/IMAGE_1728236039.jpg)
Odisha CM Mohan Majhi
ନକ୍ସଲ ମୁକାବିଲା ବୈଠକରେ ଯୋଗଦେବା ଆଜି ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ।
୮ ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ହେବେ ମୋହନ ମାଝୀ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ।
ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
୩ ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଜ୍ୟଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା କାର୍ଯ୍ୟକ୍ରମ ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)