Advertisment

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଣିକି ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ପ୍ରତିକ୍ରିୟା ରଖିଛନ୍ତି ମୋହନ ମାଝୀ। କହିଛନ୍ତି ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ବ ଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ।

author-image
Sonali Ojha
ଅଦ୍ୟତନ ହୋଇଛି
Odisha Official Works In Odia: CM Mohan Majhi

CM Mohan Majhi

ରାଜ୍ୟରେ ସରକାର ବଦଳିବା ପରେ ଅନେକ କ୍ଷେତ୍ରରେ ପରିବର୍ତ୍ତନ ଆସିଛି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାଠାରୁ ଆରମ୍ଭ କରି ଧାନର ଏମଏସ୍‌ପି ବୃଦ୍ଧି କରାଯାଇଛି। ତେବେ ଆଉ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଣିକି ବିଦେଶୀ ଭାଷା ନୁହେଁ ବରଂ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ । ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟଭାର ସମ୍ଭାଳିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ପ୍ରତିକ୍ରିୟା ରଖିଛନ୍ତି ମୋହନ ମାଝୀ। କହିଛନ୍ତି ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ବ ଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ। ଏଥିସହ ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିଶନ ମଧ୍ୟ ଗଠନ କରାଯିବ।

ଅଧିକ ପଢ଼ନ୍ତୁ: ୨୨ ଦିନ ପରେ ତୃତୀୟ ମହଲାରେ ଏଣ୍ଟ୍ରି କଲେ ମୋହନ

କେବେଳ ସେତିକି ନୁହେଁ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ। ଯଦି ଆବଶ୍ୟକ ପଡ଼େ ତେବେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ବରାନ୍ବିତ ହେବ। ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ବ ଦେବାକୁ ସରକାର ସଂକଳ୍ପବଦ୍ଧ ବୋଲି ସେ କହିଛନ୍ତି।

Advertisment

ଆଜି ଲୋକସେବା ଭବନରେ ମୁଣ୍ଡିଆ ମାରି ଭିତରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ତୃତୀୟ ମହଲାରୁ ବିଧିବଦ୍ଧ ଭାବରେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ କ୍ୟାବିନେଟ୍ ମନ୍ତ୍ରୀ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ।

ଅଧିକ ପଢ଼ନ୍ତୁ: ଡାକ୍ତରଙ୍କୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶ, ୭ ଦିନରେ ଦିଅ ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତରୀମାଇନା ରିପୋର୍ଟ

Odisha CM Mohan Majhi
Advertisment
Advertisment