• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଆଗକୁ ଆସୁଛି ରାଜ୍ୟ ବଜେଟ୍ । ତା’ପୂର୍ବରୁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ। ତେଣୁ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତରେ କରାଯିବାର ଆବଶ୍ୟକତା ରହିଛି।

ପଢନ୍ତୁ ଏହି ଖବର: ଅତାବିରାରେ ଚାଷୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ; କହିଲେ, ଆପଣମାନେ ଖୁସି ତ...

୨୦୨୪-୨୦୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ ପାଇଁ ଏକ ନିର୍ଦ୍ଦିଷ୍ଟ ଫର୍ମାଟ୍ ତିଆରି କରିଛି । ୱେବ୍ ପୋର୍ଟାଲ ହେଉଛି budget.odisha.gov.in । ସେହିପରି odisha.budget@gov.in ଠିକଣାରେ ଇ-ମେଲ୍ ମଧ୍ୟ କରିପାରିବେ । ଏହାବ୍ୟତୀତ 94381-61111 ମୋବାଇଲ୍ ନମ୍ବରରେ ବଜେଟ୍ ସମ୍ବନ୍ଧୀୟ ମତାମତ ପଠାଇପାରିବେ ।

କେବଳ ଏତିକି ନୁହେଁ, ଫେସବୁକ, ଇନଷ୍ଟାଗ୍ରାମ୍ ମାଧ୍ୟମରେ ମଧ୍ୟ ମତ ପଠାଇପାରିବେ। ଏସବୁ ଜରିଆରେ ସାଧାରଣ ଜନତା, ନାଗରିକ ସମାଜ, ବିଭିନ୍ନ ସିଭିଲ୍ ସୋସାଇଟି ସଂଗଠନ ନିଜର ମତାମତ ଆସନ୍ତାକାଲି ଅର୍ଥାତ ଜୁନ୍ ୨୦ରୁ ଜୁଲାଇ ୫ ଯାଏଁ ପଠାଇପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇଛି।

OTV is now on Whatsapp

Join and get latest news update delivered to you via whatsapp

Join Now