/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724249140.jpg)
Hockey Team India
ଭୁବନେଶ୍ୱରରେ ପ୍ୟାରିସ୍ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମ୍ । ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହା ପରେ ବିମାନ ବନ୍ଦରରୁ ବିଶାଳ ରୋଡ୍ ସୋ' କରି ପୁରା ଟିମକୁ କଳିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା । ସେଠାରେ ଭାରତୀୟ ହକି ଟିମର ସମସ୍ତ ସଦସ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ ।
ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଆଲୋଚନା କରି ଅଭିନନ୍ଦନ ଜଣାଇଥିଲେ । ପ୍ୟାରିସ୍ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ହକି ଖେଳାଳି ମାନଙ୍କୁ ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମ୍ବର୍ଦ୍ଧନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଲୋକସେବା ଭବନ କନଭେନ୍ସନ୍ ସେଣ୍ଟରରେ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ରାଜ୍ୟ ସରକାର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରିବାକୁ ପୂର୍ବରୁ ଘୋଷଣା କରିଥିଲେ । ଓଡ଼ିଆ ହକି ତାରକା ଅମିତ ରୋହିଦାସଙ୍କୁ ୪ କୋଟି ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)