Advertisment

Odisha Governor Meets CM: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆସି ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ । ବିକାଶମୂଳକ ଯୋଜନା ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି ।

author-image
Lipsa Mohapatra
ଅଦ୍ୟତନ ହୋଇଛି
Governor Meets CM

Governor Meets CM

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି । ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ରାଜ୍ୟପାଳ କମ୍ଭମପାଟି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନର ନେତୃତ୍ୱ ନେଇ ପ୍ରଥମ ବର୍ଷରେ ଅନେକ ଲୋକାଭିମୁଖୀ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି ।

Advertisment

ରାଜ୍ୟ ସରକାରଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ । ରାଜ୍ୟର ଅନେକ ବିକାଶମୂଳକ ଯୋଜନା ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଓଡିଶା ଭିଜନ-୨୦୩୬ ଓ ୨୦୪୭ ପ୍ରଦାନ କରିଥିଲେ । ତାସହ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାରଙ୍କ ରୋଡମ୍ୟାପ୍‌ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ ।

ଅଧିକ ପଢନ୍ତୁ: ମୋଦିଙ୍କ ପାଇଁ ଦେଶ ଆଜି ସୁରକ୍ଷିତ, ବର୍ଷକରେ ବହୁ ଉପଲବ୍ଧି ମିଳିଛି: ମୋହନ ମାଝୀ

Advertisment
Odisha Governor Mohan Majhi
Advertisment
Related Articles
Advertisment