/odishatv-khabar/media/post_attachments/uploadimage/library/16_9/16_9_0/IMAGE_1755836328.jpg)
SCHOOL TEACHER
ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବଡ଼ଧରଣର ନବକଳେବର । ପ୍ରାଥମିକ ଶିକ୍ଷାକୁ ରାଜ୍ୟ ସରକାରଙ୍କ ବୁଷ୍ଟରଡୋଜ୍ । ନିୟମିତ ହେବେ ସ୍କିମାଟିକ ପ୍ରାଥମିକ ଶିକ୍ଷକ । ଆସନ୍ତା ୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ରାଜ୍ୟରେ ବର୍ତ୍ତମାନ ୪୫ ହଜାର ୨୯୨ଟି ପ୍ରାଥମିକ ବିଦ୍ୟାଳୟରେ ୧ ଲକ୍ଷ ୬୦ ହଜାର ୩୧୯ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯ ହଜାର ୩୬୬ ଟି ପଦବୀ ସୃଷ୍ଟି କରାଯିବ । ଆସନ୍ତା ଡିସେମ୍ବର ସୁଦ୍ଧା ୫ ହଜାର ୬୭ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪ ହଜାର ୪୩୩ ଟି ପଦବୀ ପୂରଣ କରାଯିବ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।
ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ BSE ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ CHSEକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ । ସେହିଭଳି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ। ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ ହେବେ । ପ୍ରତ୍ୟେକ ୩୦୦ ପିଲାଙ୍କ ପାଇଁ ଜଣେ ANM ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି କରାଯାଇଛି ।
ଅନ୍ୟପଟେ ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ ପ୍ରକ୍ରିୟାରେ କରାଯିବ । SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ । ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକ ମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବରେ ନିଯୁକ୍ତି ଦିଆଯିବ । NCERT ଢାଞ୍ଚାରେ SCERT କୁ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)