Advertisment

Odisha Police Allowance: ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦୁଇଗୁଣା ବଢ଼ିଲା

ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪,୩୦୦ ଟଙ୍କାରୁ ୮,୬୦୦ ଟଙ୍କା, SI ଏବଂ ASIଙ୍କ ପୋଷାକ ଭତ୍ତା ୪,୨୦୦ ଟଙ୍କାରୁ ୮,୪୦୦ ଟଙ୍କାକୁ ବଢ଼ିଛି ।

ଅଦ୍ୟତନ ହୋଇଛି
Odisha Police Allowance

Odisha Police Allowance

Advertisment

ବଢ଼ିଲା ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା । ରାଜ୍ୟ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି ହୋଇଛି । କନଷ୍ଟେବଳଙ୍କଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇଗୁଣା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪,୩୦୦ ଟଙ୍କାରୁ ୮,୬୦୦ ଟଙ୍କାକୁ ବଢ଼ାଇଛନ୍ତି । SI ଏବଂ ASIଙ୍କ ପୋଷାକ ଭତ୍ତା ୪,୨୦୦ ଟଙ୍କାରୁ ୮,୪୦୦ ଟଙ୍କାକୁ ବଢ଼ିଛି ।

Advertisment

ଅଧିକ ପଢ଼ନ୍ତୁ: ଅଗ୍ନିବୀର ନିଯୁକ୍ତିରେ ଠକେଇ ଅଭିଯୋଗ, ୫ ନୌସେନା କର୍ମଚାରୀ ଗିରଫ

ସେହିପରି ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ବାର୍ଷିକ ପୋଷାକ ଭତ୍ତା ୫,୦୦୦ ଟଙ୍କାରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ଏହାବ୍ୟତୀତ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ପୋଷାକ ଭତ୍ତା ୫ ହଜାର ୯୦୦ ଟଙ୍କାରୁ ୧୧ ହଜାର ୮୦୦ ଟଙ୍କାକୁ ବୃଦ୍ଧି ପାଇଛି । 

କନଷ୍ଟେବଳ, ସିପାହୀଙ୍କ ପାଇଁ ଅତିରିକ୍ତ ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବଢ଼ିଥିବାବେଳେ ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବାକୁ ସରକାର ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି ।

Advertisment
  • ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି
  • ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବୃଦ୍ଧି
  • SI, ASIଙ୍କ ପୋଷାକ ଭତ୍ତା ୮୪୦୦ ଟଙ୍କା ହେଲା
  • ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି
  • ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧,୮୦୦କୁ ବୃଦ୍ଧି

ଅଧିକ ପଢ଼ନ୍ତୁ: ସନ୍ଦେହରେ ଆରମ୍ଭ ହତ୍ୟାରେ ଶେଷ, ପଥରରେ ଛେଚି ସ୍ତ୍ରୀକୁ ମାରିଲା ସ୍ୱାମୀ

Advertisment
Odisha Police Chief Minister Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ