• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଜି ବର୍ଷର ଶେଷଦିନ । ଆଉ କେଇ ଘଣ୍ଟାପରେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ । ଆଜି ରାତି ୧୨ରେ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ଏନେଇ ପାର୍ଟି ମୁଡ୍‌ରେ ସମସ୍ତେ । ନୂଆବର୍ଷକୁ ସ୍ୱାଗତ କରିବାକୁ ସମସ୍ତଙ୍କ ମନରେ ପ୍ରବଳ ଉତ୍ସାହ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଚାରିଆଡେ ପ୍ରସ୍ତୁତି ଜୋରଦାର ।

ଟୁଇନ୍ ସିଟିରେ ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ବ୍ୟାପକ ବ୍ୟବସ୍ଥା କରିଛି । ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି ଆପଣାଇଥିବା ପୋଲିସ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ଅଭିଯାନକୁ ଜୋରଦାର କରିବ । ବାର, ପବ୍ ଓ ହୋଟେଲରେ କଡ଼ାକଡ଼ି ହେବ ଚେକିଂ । ଆଜି ସନ୍ଧ୍ୟାରୁ ଯାଞ୍ଚ ପ୍ରକ୍ରିୟାକୁ ଆହୁରି କଡ଼ାକଡ଼ି କରାଯିବ ।

ଅଧିକ ପଢ଼ନ୍ତୁ: ଆଖିଏମିତି ଏକ ଗାଁ, ଯେଉଁଠି ୩୮ ବର୍ଷ ଧରି ପାଳନ ହେଉନି ନୂଆବର୍ଷ

ମଦ ପିଇ ଗାଡ଼ି ଚଳାଇଲେ ବାନ୍ଧିବ ପୋଲିସ । ସେହିପରି ରୋଡ୍ ରୋମିଓଙ୍କ ଉପରେ ତୀକ୍ଷଣ ନଜର ରହିବ । ସେମାନଙ୍କ ପାଇଁ ଜିରୋ ଟଲେରାନ୍ସ ନୀତି ଆପଣେଇଛି କମିଶନରେଟ ପୋଲିସ । କଟକରେ ମୁତୟନ ରହିବେ ୮ ପ୍ଲାଟୁନ୍ ଫୋର୍ସ । ରାତି ୧୨ଟା ପରେ ଜିରୋ ନାଇଟ୍ ସେଲିବ୍ରେସନରେ ମାତିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଛନ୍ତି କଟକ ଡିସିପି ।

ସେପଟେ ଇଂରାଜୀ ନବବର୍ଷ ଅବସରରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ କିମ୍ବା ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ହେବେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁଁ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ହେଉଛି । ସେହିପରି ଅଦିନିଆ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନୀ ହୋଇଛି ।

ଏହି ପରିପ୍ରେକ୍ଷୀରେ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ୍ ମିଡିଆ ଏକ୍ସରେ ସୂଚନା ଦିଆଯାଇଛି ।

ଅଧିକ ପଢ଼ନ୍ତୁ: ଆଖି ସାମ୍ନାରେ ଜଳୁଥିଲେ ଆପଣାର ଲୋକ, ହେଲେ ପାଖକୁ ଯିବାକୁ ମିଳୁନଥିଲା ଅନୁମତି

OTV is now on Whatsapp

Join and get latest news update delivered to you via whatsapp

Join Now