/odishatv-khabar/media/post_attachments/uploadimage/library/16_9/16_9_0/IMAGE_1758529745.jpg)
Odisha Assembly
ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ନୂଆ ସରକାର ଫେରସ୍ତ କଲେଣି ୪୯ କୋଟି ୬୭ ଲକ୍ଷ ୬୮ ହଜାର ୫୪୮ଟଙ୍କା । ରୋଜ ଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀ, ଗୋଲଡେନ୍ ଲ୍ୟାଣ୍ଡ ଡେଭଲପର୍ସ ଗ୍ରୁପ୍ ଅଫ୍ କମ୍ପାନୀ, ହାଇ-ଟେକ୍ ଇଷ୍ଟେଟସ୍ ଗ୍ରୁପ୍ ଅଫ୍ କମ୍ପାନୀର ଏବଂ ତଦନ୍ତ କମିଶନଙ୍କ ଅନ୍ତରୀଣ ରିପୋର୍ଟରେ ସୁପାରିଶ କରାଯାଇଥିବା ଜମାକାରୀଙ୍କୁ ମିଶାଇ ସର୍ବ ମୋଟ ୧ ଲକ୍ଷ ୩୩ ହଜାର ୭୫୫ ଜଣ କ୍ଷତିଗ୍ରସ୍ତ ଜମାକାରୀ ଅଛନ୍ତି ।
୪ ଲକ୍ଷ ୭୨ ହଜାର ୬୫୧ ଜଣ କ୍ଷୁଦ୍ର ଜମାକାରୀଙ୍କୁ କର୍ପସ ପାଣ୍ଠିରୁ ଅର୍ଥ ଫେରସ୍ତ ପାଇଁ ସୁପାରିଶ କରିଥିଲେ କମିଶନ । ସେମାନଙ୍କ ମଧ୍ୟରୁ ୯୬ ହଜାର ୮୦୧ ଜଣ କ୍ଷୁଦ୍ର ଜମାକାରୀକୁ ୪୬ କୋଟି ଟଙ୍କା କର୍ପସ ପାଣ୍ଠିରୁ ଫେରସ୍ତ କରାଯାଇଛି ।
ରାଜ୍ୟ ସରକାର କ୍ଷୁଦ୍ର ଜମାକାରୀମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ୩୦୦ କୋଟି ଟଙ୍କାର ଏକ କର୍ପସ୍ ପାଣ୍ଠି ସୃଷ୍ଟି କରିଛନ୍ତି । ରାଜ୍ୟରେ ଆନୁମାନିକ ୨୪ ଲକ୍ଷ ୭୫ ହଜାର ୭୮୨ କ୍ଷତିଗ୍ରସ୍ତ ଜମାକାରୀ ୬ ହଜାର ୮୬୦ କୋଟି ୧୪ ଲକ୍ଷ ୪୨ ହଜାର ୨୬୩ ଟଙ୍କା ବିଭିନ୍ନ ବେଆଇନ୍ ଆର୍ଥିକ ପ୍ରତିଷ୍ଠାନରେ ପୁଞ୍ଜି ନିବେଶ କରିଛନ୍ତି। ୩ ଲକ୍ଷ ୧୬ ହଜାର ୦୬୩ ଜଣ ଜମାକାରୀଙ୍କୁ ମୋଟ ୧୨୩ କୋଟି ଟଙ୍କା ଫେରସ୍ତ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)