/odishatv-khabar/media/post_attachments/uploadimage/library/16_9/16_9_0/IMAGE_1731053228.jpg)
ଘର ପାଇଁ ହାଇସ୍କୁଲ ଶିକ୍ଷକଙ୍କୁ ମିଳିବ ଟଙ୍କା
ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ଖୁସି ଖବର । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବଡ଼ ଘୋଷଣା । ସମସ୍ତ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା ମିଳିବ । ତେବେ କେବଳ ଗୃହ ନିର୍ମାଣ ନୁହେଁ ବରଂ ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ ବୋଲି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି । ନୂଆ ଜମି କିଣିବା ଲାଗି ଆବେଦନ କରିଥିବା ଆବେଦନକାରୀମାନେ ଜମିର ତଥ୍ୟ ପ୍ରଦାନ କରିବା ସହିତ କିଣିଥିବା ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କର ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ ।
/odishatv-khabar/media/post_attachments/uploadimage/library/16_9/16_9_5/IMAGE_1731053159.jpg)
ସେହିପରି ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଅଗ୍ରୀମ ଅର୍ଥ ମିଳିବ । ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି । ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି କରାଯାଇଛି । ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ପାଇଁ କୋଠାବାଡ଼ି ନିର୍ମାଣ ବିଭାଗ, ବିଡିଏ କିମ୍ବା ହାଉସିଂ ବୋର୍ଡର କାର୍ଯ୍ୟକାରୀ ଯନ୍ତ୍ରୀଙ୍କ ଦ୍ଵାରା ଆକଳନ ତଥ୍ୟ ଦାଖଲ କରିବେ । ଏଥିସହ ଶିକ୍ଷକ ଓ କର୍ମଚାରୀମାନଙ୍କୁ ସେମାନଙ୍କ ହାଉସ ପ୍ଲାନ୍ ମଧ୍ୟ ଦାଖଲ କରିବାକୁ ହେବ ।
#ହାଇସ୍କୁଲ_ଶିକ୍ଷକଙ୍କୁ_ଘର_ପାଇଁ_ମିଳିବ_ଟଙ୍କା
ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଟଙ୍କା ଦେବେ ସରକାର । ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। #Odisha#OTVpic.twitter.com/ovdEEOeVZU— ଓଟିଭି (@otvkhabar) November 8, 2024
ତେବେ ଏହି ନିୟମ କେବଳ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଥିବା ନେଇ ଚିଠିରେ ଉଲ୍ଲେଖ ରହିଛି । ସେପଟେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ହୋଇଥିବା ଏହି ନୂଆ ନିୟମକୁ ନେଇ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀମାନେ ଖୁସି ବ୍ୟକ୍ତ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)