/odishatv-khabar/media/post_attachments/uploadimage/library/16_9/16_9_0/IMAGE_1753259043.jpg)
2 OISF Battalions;
ରାଜ୍ୟରେ ଗଠନ ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ୨ବାଟାଲିଅନ। ୨ ନୂଆ OISF ବାଟାଲିୟନ୍ ପାଇଁ ସୃଷ୍ଟି ହେବ ୧୯୪୪ଟି ପଦବୀ। ତୃତୀୟ ଓ ଚତୁର୍ଥ ବାଟାଲିୟନ୍ ନାମରେ କରାଯିବ ନାମିତ। ନିଯୁକ୍ତି ପାଇବେ ୨୫୬ ହାବିଲଦାର ଓ ୧୩୫୦ କନଷ୍ଟେବଲ। ଏଥିସହ ଏହି ନୂଆ OISF ବାଟାଲିୟନରେ ରହିବେ ୨ଜଣ କମାଣ୍ଡାଣ୍ଟ ଓ ୬ଜଣ ଡେପୁଟି କମାଣ୍ଡାଣ୍ଟ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ଅଧିକ ପଢନ୍ତୁ: ଦୁର୍ନୀତି କରୁଥିଲେ ଡାକ୍ତର କରୁଣାକର, ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ
ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ସମୁଦାୟ ୨୦୮୦ ଟି ପଦବୀ ମଧ୍ୟରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି। ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭କୁ ବୃଦ୍ଧି ପାଇଛି।
ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଇଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି।
ଉତ୍କର୍ଷ ଓଡ଼ିଶା-ମେକ୍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଦୁଇଟି ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଥିବା ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)