New ration card
ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାସନ କାର୍ଡ । ପ୍ରଥମ ପର୍ଯ୍ୟାୟ ରାସନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ପ୍ରଦାନ କରିବେ । ରାଜ୍ୟରେ ୫ ଲକ୍ଷ ୯୦ ହଜାର ହିତାଧିକାରୀ ନୂତନ ରାସନ କାର୍ଡ ପାଇବେ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ମୁତାବକ, ଏଯାବତ୍ ପ୍ରାୟ ୨୫ ଲକ୍ଷ ଲୋକ E-KYC କରିନାହାନ୍ତି । ଅଫିସରମାନେ ଫିଲ୍ଡକୁ ଯାଇ ଏହାର ଅନୁଧ୍ୟାନ କରିବେ । ୨୪ ତାରିଖରୁ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ ଆରମ୍ଭ ହେବ । ପୁରୀରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରିବେ । ଏହାପରେ ପର୍ଯ୍ୟାୟକ୍ରମେ ସମସ୍ତ ୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯିବ ।
ନିକଟରେ ରାଜ୍ୟ ସରକାର ଏପ୍ରିଲ ୨୨ ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରିଣ୍ଟ ସହିତ ଲାମିନେସନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ହିତାଧିକାରୀମାନେ ଲାମିନେସନ ସହ ରଙ୍ଗିନ ରାସନ କାର୍ଡ ପାଇବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1745319253.jpg)