/odishatv-khabar/media/post_attachments/uploadimage/library/16_9/16_9_0/IMAGE_1725014763.jpg)
Breast Feeding
ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏ ନେଇ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ୱଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି । ଏହା ଦ୍ୱାରା ମାଆ ମାନଙ୍କୁ ସମର୍ଥନ ସହ ସେମାନଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଧାନ୍ୟ ମିଳିବ ।
ସେହିପରି ଗତ ଅଗଷ୍ଟ ୧୫ ରେ ଋତୁସ୍ରାବ ପାଇଁ ରାଜ୍ୟର ସମସ୍ତ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ ବୋଲି ଘୋଷଣା କରିଥିଲେ ବିଜେପି ସରକାର । ସ୍ୱାଧୀନତା ଦିବସ ଅବସରରେ ଏ ବଡ଼ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଜଣେ ମହିଳା ହୋଇ ମହିଳାମାନଙ୍କ ସମସ୍ୟାକୁ ଉପଲବଧି କରି ଏଭଳି ନିଷ୍ପତ୍ତି ନେଇଥିଲେ ସେ ।
ଅଧିକ ପଢ଼ନ୍ତୁ: ଆନନ୍ଦ ବଜାରରେ ଭକ୍ତଙ୍କୁ ଆଉ ହେବନି ଅସୁବିଧା, ହେବେନି ଠକାମୀର ଶିକାର !
କଟକରେ ୭୮ତମ ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଘୋଷଣା କରିଥିଲେ । ସେ କହିଛନ୍ତି- ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀ ଏଣିକି ଦିନଟିଏ ମାସିକ ଋତୁସ୍ରାବ ଜନିତ ଛୁଟି ପାଇବେ । ଋତୁସ୍ରାବ ଦିନ କିମ୍ବା ତା ପର ଦିନ ଯେଉଁ ଦିନକୁ ସେମାନେ ଛୁଟି ନେବାକୁ ବାଛିବେ, ସେ ଦିନ ତାଙ୍କୁ ଛୁଟି ମିଳିବ ।
କର୍ମଜାବୀ ମହିଳା ହୁଅନ୍ତୁ କି ଛାତ୍ରୀ.. ମାସିକ ଋତୁସ୍ରାବ ସମୟରେ ସେମାନଙ୍କୁ ମିଳୁ ଛୁଟି । ଏନେଇ ବହୁବାର ସରକାରଙ୍କ ନିକଟରେ ଦାବି କରି ଆସୁଥିଲେ ବିଭିନ୍ନ ସାମାଜିକ ଓ ମହିଳା ଅଧିକାର ସଂଗଠନ । ଏମିତିକି ଏ ସମ୍ପର୍କିତ ଏକ ଜନସ୍ୱାର୍ଥ ମାମଲା ବି ସୁପ୍ରିମକୋର୍ଟରେ ରୁଜୁ ହୋଇଥିଲା ।
#ମହିଳାଙ୍କୁ_ସମ୍ମାନ_ପାଇଁ_ରାଜ୍ୟ_ସରକାରଙ୍କ_ପଦକ୍ଷେପ
ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏନେଇ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ।..#Odisha#Women#OTVpic.twitter.com/oqBL2zS7x6— ଓଟିଭି (@otvkhabar) August 30, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)