Advertisment

Bharatput Army Major Case: ମେଜର-ପୋଲିସ ବିବାଦର ଅନ୍ତ ଘଟାଇଲେ ହାଇକୋର୍ଟ; ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ CCTV

ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ଶୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନର୍ଦ୍ଦେଶ ରହିଛି। ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା SOPକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି।

ଅଦ୍ୟତନ ହୋଇଛି
High Court

High Court

Advertisment

ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ଶୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନର୍ଦ୍ଦେଶ ରହିଛି।

Advertisment

ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା SOPକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି। ସମସ୍ତ ପୋଲିସ କର୍ମଚାରୀଙ୍କୁ SOP ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ SOPକୁ ବ୍ୟାପକ ଭାବେ ପ୍ରଚାର କରିବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ପୋଲିସ ADG ଦୟାଲ ଗଙ୍ଗୱାର ଦାଖଲ କରିଥିବା ସତ୍ୟପାଠକୁ ସରକାର ଓ ପୋଲିସ ମୁଖ୍ୟାଳୟ କଡାକଡି ଭାବେ ପାଳନ କରିବେ ବୋଲି କୋର୍ଟ ଆଶା ବ୍ୟକ୍ତ କରି ନିଜ ଆଡୁ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।

ଚଳିତବର୍ଷ ସେପ୍ଟେମ୍ୱର ମାସରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଅଭିଯୋଗ ହୋଇଥିଲା। ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇଥିବା ଅଭିଯୋଗରେ ହୁଲୁସ୍ତୁଲ ହୋଇଯାଇଥିଲା ରାଜଧାନୀ। ମାମଲା ସାମ୍ନାକୁ ଆସିବାର ୪୮ ଘଣ୍ଟା ଭିତରେ ରାଜ୍ୟ ସରକାର ଭରତପୁର ଥାନାର ଟୋଟାଲ୍ ଫ୍ରେମ୍ ବଦଳାଇ ଦେଇଥିଲେ । ଥାନା ବାବୁ ଦୀନକୃଷ୍ଣ ମିଶ୍ର, SI ବୈଶାଳିନୀ ପଣ୍ଡା, ASI ସଲିଳମୟୀ ସାହୁ, ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ କରିଥିଲେ ପୋଲିସ ଡିଜି।

Advertisment

ଅଧିକ ପଢନ୍ତୁ: ଘର ପାଖରେ ଖେଳୁଥିଲା କୁନି ଝିଅ; ଝୁଣି ମାରିଦେଲେ ବୁଲା କୁକୁର

ଏହାପରେ ବି ଥମିନଥିଲା ବିବାଦ। ହେଲେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଆଇଆଇସି ଆଣ୍ଡ କୋ, ଯେଭଳି ରାତିତମାମ ବର୍ବର ନିର୍ଯାତନା ଦେଇଥିବା ଅଭିଯୋଗ ଆସିଥିଲା, ସେହି ପରିମାଣରେ ଶୃଙ୍ଖଳାଗତ ଆକ୍ସନ ହୋଇନଥିବା ଅଭିଯୋଗ କରି ରାଜରାସ୍ତାକୁ ଓହ୍ଲାଇ ନାରାବାଜି କରାଯାଇଥିଲା । ଏଥିସହ ଘଟଣାକୁ ଗୁରୁତ୍ୱର ସହ ନେଇ ନିଜ ଆଡୁ ମାମଲା ରୁଜୁ କରିଥିଲା ଜାତୀୟ ମହିଳା କମିଶନ। ଘଟଣାରେ କମିଶନ୍ ରାଜ୍ୟ ପୋଲିସ ଡିଜିଙ୍କୁ ନୋଟିସ ଜାରି କରି କଣ କାର୍ଯ୍ୟାନୁଷ୍ଠାନ ହୋଇଛି ସେ ନେଇ ଜଣାଇବାକୁ ବି ଦେଇଥିଲେ।

Orissa High Court Army Major
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ