Advertisment

ଆଜି ଖୋଲିବ ହୀରାକୁଦ ଗେଟ୍; ଛଡାଯିବ ଚଳିତବର୍ଷର ପ୍ରଥମ ବନ୍ୟା ଜଳ...

ସକାଳ ୯ଟାରେ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ କରାଯିବ । ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ଡ୍ୟାମକୁ ଜଳ ପ୍ରବେଶ ଯୋଗୁ ବଢ଼ିଛି ଜଳସ୍ତର।

ଅଦ୍ୟତନ ହୋଇଛି
Hirakud dam

Hirakud dam

Advertisment

ଆଜି ଖୋଲାଯିବ ହୀରାକୁଦ ଡ୍ୟାମ୍ ଜଳ। ଚଳିତବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ସକାଳ ୯ଟାରେ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ କରାଯିବ । ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ଡ୍ୟାମକୁ ଜଳ ପ୍ରବେଶ ଯୋଗୁ ବଢ଼ିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ନିଷ୍କାସନ ନିଷ୍ପତ୍ତି ନିଆଯାଇଛି। 

Advertisment

ସବୁ ବର୍ଷ ଭଳି ଚଳିତବର୍ଷ ମଧ୍ୟ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯିବ । ତା' ପରେ ପର୍ଯ୍ୟାୟ କ୍ରମେ ଅନ୍ୟ ଗେଟ୍ ଖୋଲିବ । ତେବେ ନିର୍ଦ୍ଧିଷ୍ଟ ଭାବେ କେତୋଟି ଗେଟ୍‌ ଖୋଲିବ ସେନେଇ ଆଜି ନିଷ୍ପତ୍ତି ନିଆଯିବ । 

ଗେଟ୍ ଖୋଲା ପୂର୍ବରୁ 'ଗତ ୨ ଦିନ ହେଲା ପ୍ରଚାର ଗାଡି ଜରିଆରେ ବିଭିନ୍ନ ଅଞ୍ଚଳରେ ପ୍ରଚାର କରାଯାଇ ଲୋକମାନଙ୍କୁ ସଚେତନ କରାଯାଇଥିଲା । ଡ୍ୟାମରୁ ବନ୍ୟା ଜଳ  ନିଷ୍କାସନ ସମୟରେ କେହି ମହାନଦୀ ମଧ୍ୟକୁ ଶୌଚକର୍ମ ପାଇଁ ନ ଯିବାକୁ ଓ ଗୃହ ପାଳିତ ପଶୁମାନଙ୍କୁ ନ ଛାଡିବାକୁ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇଛି । 

Advertisment

ତେବେ ଆସନ୍ତା ୩୧ ତାରିଖ ଯାଏଁ ଛେଚିବ ବର୍ଷା । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୫ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର। ଏହି ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ତେଣୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ କରିଦିଆଯାଇଛି।

Hirakud Dam Flood Water
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ