Advertisment

Mid Day Meal: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର; ପାଇଲଟ୍ ପ୍ରୋଜେକ୍ଟ ଭାବେ ଏହି ଜିଲ୍ଲାରେ ଲାଗୁ...

ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଗିଫ୍ଟ ମିଲ୍‌କ୍କ ଯୋଜନାରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ପ୍ରତିଦିନ ୨୦୦ ଏମ୍‌ଏଲ୍ ଭିଟାମିନ୍ A ଓ D ଯୁକ୍ତ କ୍ଷୀର ଦିଆଯିବାକୁ ଯୋଜନା ହୋଇଛି।

ଅଦ୍ୟତନ ହୋଇଛି
mid-day meal scheme

mid-day meal scheme

Advertisment

ଏଣିକି ମଧ୍ୟାହ୍ନ ଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଗିଫ୍ଟ ମିଲ୍‌କ୍କ ଯୋଜନାରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ପ୍ରତିଦିନ ୨୦୦ ଏମ୍‌ଏଲ୍ ଭିଟାମିନ୍ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା ହୋଇଛି। ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

Advertisment

ମୟୂରଭଞ୍ଜରେ ଗୋ-ସମାବେଶ, ଓମଫେଡକୁ ବିପଣନ ସହାୟତା ଏବଂ ଗିଫ୍ଟମିଲ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭିସିରେ ଏହାର ଶୁଭାରମ୍ଭ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ମୟୂରଭଞ୍ଜର ୩ ହଜାର ଚାଷୀଙ୍କୁ ଅଧିକ କ୍ଷୀର ଦେଉଥିବା ଗାଈ ପ୍ରଦାନ କରାଯାଇଥିଲା । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭର୍ଚ୍ଚୁଆଲରେ ଉପସ୍ଥିତ ଥିଲେ । ସେହିପରି ମୟୂରଭଞ୍ଜରେ ଗୋକୁଳ ମିଶନର ଶୁଭାରମ୍ଭ ହୋଇଛି। ପାଇଲଟ୍ ପ୍ରୋଜେକ୍ଟ ଭାବରେ ଏହାକୁ ଜିଲ୍ଲାରେ କାର୍ଯ୍ୟକାରୀ କରାଯିବ। ରାଜ୍ୟର ସବୁ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମଧ୍ୟ ଲାଗୁ ହୋଇଛି।

ଗତବର୍ଷ ନଭେମ୍ୱର ୩୦ରେ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଥିଲେ ରାଜ୍ୟ ସରକାର । ଡିସେମ୍ୱର ପହିଲାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରାଯାଉଛି । ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ୭ ଟଙ୍କା ୬୪ ପଇସାକୁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରାଯାଇଛି। ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା ।

Advertisment

ଅଧିକ ପଢନ୍ତୁ: କମୁଛି ଡ୍ରପ ଆଉଟ୍ ହାର; ରାଜ୍ୟରେ ପ୍ରାଥମିକ ସ୍କୁଲ ଶିକ୍ଷା ପ୍ରତି ବଢୁଛି ପିଲାଙ୍କ ଆଗ୍ରହ

Odisha Govt Mid Day Meal Scam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ