/odishatv-khabar/media/post_attachments/uploadimage/library/16_9/16_9_0/Odisha_1755238145.jpg)
Odisha
ଆଗାମୀ ଦିନରେ ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଏକ ଫାର୍ମା କନକ୍ଲେଭ୍ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ଏହି କ୍ଷେତ୍ରରେ ଅଢ଼େଇ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ ବୋଲି କହିଛନ୍ତି ସିଏମ । ସେହିପରି ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରିଛନ୍ତି। ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ନିଷ୍ପତ୍ତି ନିଆଯାଇଛି । ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ।
୮ KBK ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଏହି ସୁବିଧା ମିଳିବ । ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ଏହି ସୁବିଧା ମିଳିବ । ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ । ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ ।
ଆଗାମୀ ୫ ବର୍ଷରେ ‘୭୫ ହଜାର କିମି ଉଚ୍ଚମାନର ସଡ଼କ ନିର୍ମାଣ ହେବ। ରାଜ୍ୟରେ ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଇଞ୍ଚୁଡି, ବାହୁଡା, ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣ ଲକ୍ଷ୍ୟ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ । ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ NAC ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି ।
ସ୍ବାଧୀନତା ଦିବସ ଅବସରରେ ଗାନ୍ଧି ମାର୍ଗରେ ମହିଳା ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା । ମହିଳା ସୁରକ୍ଷା ନେଇ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହେଲେ ବି କାର୍ଯ୍ୟାନୁଷ୍ଠାନ ହେବ । ସେମାନଙ୍କ ସ୍ଥାନ ଜେଲ୍ ରେ ସମାଜରେ ନୁହେଁ । କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)