Advertisment

Heavy Rainfall in Odisha: ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି

ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ଅଦ୍ୟତନ ହୋଇଛି
Heavy rainfall

Heavy rainfall

Advertisment

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଳକା ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଏଥିସହ କେନ୍ଦୁଝର, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ଲାଗି ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ: ପୁଣି ଉପରମୁହାଁ ପାରଦ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଏଥର ୧୫ ଦିନ ଆଗୁଆ ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହା ଆସନ୍ତା ସପ୍ତାହେ ଭିତରେ ସଂପୂର୍ଣ୍ଣ ରାଜ୍ୟକୁ ଭିଜାଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏଥର ରାଜ୍ୟରେ ୧୦୬ ପ୍ରତିଶତ ବର୍ଷା ହେବ ବୋଲି ପାଣିପାଣି ବିଭାଗ ପୂର୍ବାନୁମାନ କରିଛି।

Advertisment

ଅଧିକ ପଢନ୍ତୁ : ତାତିରୁ ମିଳିବ ଆଶ୍ୱସ୍ତି; ଏଥର ଆଗୁଆ ଓଡ଼ିଶା ଛୁଇଁପାରେ ମୌସୁମୀ

Weather IMD Issue Low Pressure Alert Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ