Advertisment

Vigilance Raid: ଭିଜିଲାନ୍ସ ଜାଲରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍

ଭିଜିଲାନସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ରେଡ୍।

author-image
Sonali Ojha
ଅଦ୍ୟତନ ହୋଇଛି
AEE, JEYPORE

AEE, JEYPORE

ଭିଜିଲାନସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ। ଜୟପୁର, ଗଞ୍ଜାମ ଓ ଭୁବନେଶ୍ବରରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ।

Advertisment

ଏହା ଭିତରେ ରହିଛି ଜୟପୁରରେ ତିନି ମହଲା କୋଠା। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ଓ ଭୁବନେଶ୍ବର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି। ପୌରପାଳିକାର ଯନ୍ତ୍ରୀ ଦାୟିତ୍ବରେ ମଧ୍ୟ ଅଛନ୍ତି ବିଶ୍ବନାଥ। ଚଢାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ସାମିଲ ଅଛନ୍ତି।

ଅଧିକ ପଢନ୍ତୁ:Droupadi Murmu Odisha Visit: ଆଜି ଓଡ଼ିଶା ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ

Advertisment
Vigilance Raid
Advertisment
Advertisment