ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ, ଅନ୍ୟ କିଛି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ । ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ ।

OMFED Ghee

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ । ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ । ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି । ଆବଶ୍ୟକତା ଦୃଷ୍ଟିରୁ ସ୍ୱତନ୍ତ୍ର ଡିପୋ ବ୍ୟବସ୍ଥା ପାଇଁ ଓମଫେଡ୍ MDଙ୍କୁ ଚିଠିରେ ଅନୁରୋଧ କରାଯାଇଛି ।

ଘିଅ ଦାମ୍ ହ୍ରାସ ପାଇଁ ନିଯୋଗ ଅନୁରୋଧ କରିଥିବା ଚିଠିରେ ଓମଫେଡକୁ ଜଣାଇଛନ୍ତି ମୁଖ୍ୟ ପ୍ରଶାସକ । ଏଥିସହ ଅନ୍ୟ ଘିଅ ଶ୍ରୀମନ୍ଦିର ଭିତରକୁ ନେଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦିଆଯାଇଛି । ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକ ପଢ଼ନ୍ତୁ: ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ, ଅନ୍ୟ କିଛି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ସେପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ । ଖୁବ୍ ଶୀଘ୍ର ଏଭଳି ଏକ ଯୋଜନା ଆରମ୍ଭ କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏଥିପାଇଁ ବର୍ଷକୁ ପ୍ରାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବା ଆକଳନ କରାଯାଉଛି । ଏହି ଯୋଜନା ଲାଗି ବଦାନ୍ୟ ଭକ୍ତମାନଙ୍କୁ ଦାନ ପାଇଁ ଅପିଲ୍ କରିଛନ୍ତି ଆଇନ ମନ୍ତ୍ରୀ । କିନ୍ତୁ ଭକ୍ତଙ୍କ ଦାନରେ ଯୋଜନା କାର୍ଯ୍ୟକାରୀ କରାଗଲେ ତାହା ସଫଳ ହେବ ନାହିଁ ବୋଲି ଆଶଙ୍କା ପ୍ରକାଶ କରିଛି ସୁଆର ମହାସୁଆର ନିଯୋଗ ।

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡୁଆ । ଏଥିପାଇଁ ଆରମ୍ଭ ହୋଇଛି ପ୍ରିକ୍ରିୟା, ଚାଲିଛି ବିଚାରବିମର୍ଶ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ଏଥିପାଇଁ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ ।

ତେଣୁ ଏଥିଲାଗି ଦାନ କରିବାକୁ ସେ ସମର୍ଥ ଭକ୍ତଙ୍କୁ ଅପିଲ କରିଛନ୍ତି । ଏନେଇ କିଛି ଭକ୍ତଙ୍କ ସହ କଥାବାର୍ତ୍ତା ମଧ୍ୟ ଆରମ୍ଭ ହୋଇଛି । ଭକ୍ତମାନେ ଦର୍ଶନ ସାରି ଘରକୁ ଫେରିବା ସମୟରେ, ପରିବାର ପଡୋଶୀ ମହାପ୍ରସାଦ ଲାଗି ଅପେକ୍ଷା କରିରହିଥାନ୍ତି । ଏହାକୁ ଆଖି ଆଗରେ ରଖି ଏହି ଯୋଜନା ଆରମ୍ଭ କରିବାକୁ ବିଭାଗ ପ୍ରସ୍ତୁତି ଆରମ୍ଭ କରିଥିବା ଆଇନ ମନ୍ତ୍ରୀ କହିଛନ୍ତି ।