Advertisment

PM Narendra Modi: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; କାଲି ପ୍ରବାସୀ ଭାରତୀୟ ସମ୍ମିଳନୀକୁ କରିବେ ଉଦଘାଟନ

ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ।

ଅଦ୍ୟତନ ହୋଇଛି
PM Narendra Modi 

PM Narendra Modi

Advertisment

ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ। ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରିଯିବେ।

Advertisment

ଏପଟେ ଭୁବନେଶ୍ୱରରେ ପ୍ରବାସୀ ମହାକୁମ୍ଭର ଭବ୍ୟ ଶୁଭାରମ୍ଭ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସମ୍ମିଳନୀର ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଉଦଘାଟନ କରିଛନ୍ତି। ସ୍ୱାଗତ ଭାଷଣରେ ଭାରତ ବିକାଶରେ ପ୍ରବାସୀଙ୍କ ଭାଗିଦାରୀ ବଢେଇବାକୁ ଆହ୍ୱାନ ଦେଇଥିଲେ ମାଣ୍ଡଭ୍ୟ। ବିଶେଷ କରି ଦେଶ ବିଦେଶରେ ଯୁବ ନେତୃତ୍ୱର ବିକାଶ ଏବଂ ଏକ ଲକ୍ଷ ଯୁବ ନେତୃତ୍ୱ ତିଆରି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। 

ଅଧିକ ପଢ଼ନ୍ତୁ: ପ୍ରବାସୀ ଭାରତୀୟ ଦିବସ ପାଇଁ ଏହି ରାସ୍ତା ବନ୍ଦ ରହିବ

ସେହିପରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କର କହିଥିଲେ ଭାରତ ସହ ପ୍ରବାସୀମାନଙ୍କର ସହଭାଗିତା ବିକଶିତ ଭାରତର ସ୍ବପ୍ନକୁ ସାକାର କରିବ। ଏଥିସହିତ ଟ୍ରେଡ୍, ଟେକ୍ନୋଲୋଜି ଓ ଟୁରିଜମ୍‌ରେ ସାମର୍ଥ୍ୟ ଯୋଗୁ ଓଡ଼ିଶା ପୁଞ୍ଜି ନିବେଶ ପାଇଁ ପ୍ରକୃଷ୍ଟ ସ୍ଥାନ ବୋଲି କହିଥିଲେ। ସେହିପରି ଓଡ଼ିଆରେ ପ୍ରବସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡିଶାର ବ୍ରାଣ୍ଡ ଆମ୍ବାସଡର। ଆମର ବିଶ୍ବାସ ଏହି ଅନୁଭୂତିକୁ ବିଶ୍ବ ଦରବାରରେ ଆପଣ ମାନେ ପହଞ୍ଚାଇବେ।

Advertisment

ଦ୍ବିତୀୟ ଅଧିବେଶନରେ ଓଡ଼ିଶାରେ ପୁଞ୍ଜି ନିବେଶ ସୁଯୋଗ ପ୍ରବାସୀ ଭାରତୀୟଙ୍କ ଆଗରେ ଉପସ୍ଥାପନ କରିଥିଲେ ଓଡିଶା ସରକାର। ଓଡ଼ିଶାର ଶିଳ୍ପ ନୀତି ଓ ଶିଳ୍ପ ଅନୁକୂଳ ଭିତ୍ତିଭୂମି ଓ ଇଜ ଅଫ୍ ଡୁଇଂ ବିଜିନେସକୁ ଉପସ୍ଥାପିତ କରାଯାଇଥିଲା। 650ରୁ ଅଧିକ ପ୍ରବାସୀ ଏହିଅଧିବେଶନରେ ଯୋଗ ଦେଇଥିଲେ। ଓଡ଼ିଶାରେ ନିବେଶ ନେଇ ଆଗ୍ରହ ପ୍ରକାଶ କରିବା ସହ ଓଡିଶା ସରକାରଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି। ତୃତୀୟ ଅଧିବେଶନରେ ପ୍ରବାସୀଙ୍କୁ ଓଡ଼ିଶାର ପର୍ଯ୍ୟଟନ ଏବଂ ପଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ନେଇ ହୋଇଥିଲା ଆଲୋଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓଡ଼ିଶାର ସମସ୍ତ ପର୍ଯ୍ୟଟନ ସ୍ଥଳୀ ଏବଂ ଅପାର ସମ୍ଭାବନା ସମ୍ପର୍କରେ ଆଲୋକପାତ କରିଥିଲେ। ଆସନ୍ତକାଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରବାସୀ ଭାରତୀୟ ଦିବସକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅଧିକ ପଢ଼ନ୍ତୁ: କାଲିଠୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟଙ୍କ ମହାମେଳି, ସାମିଲ ହେବେ ପ୍ରାୟ ୪ ହଜାର ପ୍ରବାସୀ

Advertisment
Odisha PM Narendra Modi Prime Minister PM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ