Advertisment

ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ; ପିଏମ୍ ଆବାସ ହିତାଧିକାରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।

ଅଦ୍ୟତନ ହୋଇଛି
PM Modi

PM Modi

Advertisment

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। 

Advertisment

ତା’ସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା। ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ମୁତୟନ ହୋଇଛନ୍ତି। 

Advertisment

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି। 

PMAY PM Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ