/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751192916.jpg)
ଭକ୍ତଙ୍କ ପାଇଁ ଜରୁରୀ ସୂଚନା
ରଥ ଉପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥ ଯାତ୍ରୀ ଓ ଭକ୍ତମାନଙ୍କ ପାଇଁ ଓଡ଼ିଶା ପୋଲିସ୍ର ଜରୁରୀ ସୂଚନା । ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭକ୍ତମାନଙ୍କ ପାଇଁ ଜରୁରୀ ସୂଚନା ଦେଇଛି ଓଡ଼ିଶା ପୋଲିସ୍ । ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଇଛି ଯେ, ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହନ ଆସୁଥିବାର ଦେଖିବାକୁ ମିଳୁଛି । ଏଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ । ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ ଯାତ୍ରୀମାନେ ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ ବୋଲି ଓଡ଼ିଶା ପୋଲିସ୍ ପକ୍ଷରୁ କୁହାଯାଇଛି ।
ତୀର୍ଥ ଯାତ୍ରୀ ଓ ଭକ୍ତମାନଙ୍କ ପାଇଁ ଜରୁରୀ ସୂଚନା:
ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହାନ ଆସୁଥିବାର ଦେଖିବାକୁ ମିଳୁଛି। ଏହିଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ। ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ…
— Odisha Police (@odisha_police) June 29, 2025
ପୁରୀ ଶରଧାବାଲି ଅଘଟଣରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)