• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ଆଜି ବିଧାନସଭାର ଅଧିବେଶନର ଷଷ୍ଠ ଦିନ । ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ। ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ଏହା ଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ ।

ଏହାରି ଭିତରେ ବିରୋଧୀଙ୍କ ହାତରେ ଲାଗିଛି ନୂଆ ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ଅଧିବେଶନ ଚାଲିଥିବା ସମୟରେ କିପରି ଗୃହ ବାହାରେ ଏକ ସରକାରୀ ଘୋଷଣା କଲେ ତାହାକୁ ନେଇ ସରକାରଙ୍କୁ ଗୃହରେ ଘେରିବେ ବିରୋଧୀ ।

ଅଧିକ ପଢନ୍ତୁ : ପ୍ରବଳ ଭିଡ଼ ବିଧାନସଭା କରିଡର୍, ବୁଲୁଛନ୍ତି ମାଳ ମାଳ ବନ୍ଧୁକଧାରୀ PSO

ଅଗ୍ନିବୀରଙ୍କୁ ନିଯୁକ୍ତ କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣାକୁ ନେଇ କଂଗ୍ରେସ ଓ ବିଜେଡି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ସହ ନୀତି ଆୟୋଗ ବୈଠକରେ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗ ଉଠାଯାଇନଥିବାରୁ ଏହାକୁ ଗୃହରେ ଉଠାଇପାରନ୍ତି । 

ଅନ୍ୟପଟେ ଆଜି ଗୃହରେ ରହିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ ଗୁଡ଼ିକର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ। ସ୍ୱରାଷ୍ଟ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲୋକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଅର୍ଥ ଭଳି ବିଭାଗ ରହିଛି। ଗୋଟିଏ ଦୁଇଟି ବିଭାଗ ଛାଡିଦେଲେ ଅନ୍ୟମନ୍ତ୍ରାଳୟ ଗୁଡ଼ିକ ଯେହେତୁ ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରହିଛି ତେଣୁ ଆଜି ଗୃହ କିପରି ଚାଲୁଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

OTV is now on Whatsapp

Join and get latest news update delivered to you via whatsapp

Join Now