Advertisment

ନାଫେଡ ମାଧ୍ୟମରେ UPରୁ ଆସିବ ଆଳୁ, ୩୦ ଟଙ୍କାରେ ବିକିବେ ସରକାର

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ।

Potato

Potato

Advertisment

ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ସରକାରଙ୍କ ଉଦ୍ୟମ। ନାଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ। ଖାଉଟିଙ୍କୁ କିଲୋ ପିଛା ୩୦ ଟଙ୍କାରେ ବିକ୍ରୀ କରାଯିବାକୁ ନିଷ୍ପତ୍ତି। ଏଣିକି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।

Advertisment

ଏହାଦ୍ୱାରା ଲୋକଙ୍କୁ ଆଳୁ ସଙ୍କଟରୁ ମୁକ୍ତି ମିଳିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ- ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ୍ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର କରାଯାଇଛି। ଯାହାକି ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ।

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ। ୩୦ ଟଙ୍କାରେ ଆଳୁ ବିକ୍ରି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଯୋଗାଣ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
Potato Price Hike
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ