Advertisment

Droupadi Murmu Odisha Visit: ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି; ଓଡ଼ିଶାରେ ରହିବେ ୫ ଦିନ

ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି।

ଅଦ୍ୟତନ ହୋଇଛି
Droupadi Murmu Odisha Visit

Droupadi Murmu Odisha Visit

Advertisment

ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି। ଓଡ଼ିଶାରେ ୫ ଦିନ ରହିବାର କାର୍ଯ୍ୟକ୍ରମ ରହିଛି। ଏବେ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଅଧିକ ପଢନ୍ତୁ: ଭିଜିଲାନ୍ସ ଜାଲରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍

Advertisment

ସୂଚନା ଅନୁସାରେ ଶେଷ ଥର ପାଇଁ ଗତ ଜୁଲାଇ ମାସରେ ଓଡ଼ିଶା ଆସିଥିଲେ ରାଷ୍ଟ୍ରପତି । ଜୁଲାଇ ୬ରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦ୍ରୌପଦୀ ମୁର୍ମୁ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଇଥିଲେ । ଏହାପରେ ରାଜଭବନରେ ରାତ୍ରୀଯାପନ କରିବା ପରେ ସେ ଜୁଲାଇ ୭ରେ ପୁରୀ ଯାଇ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିଲେ । ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାଙ୍ଗରେ ରାଜ୍ୟପାଳ ରଘୁବର ଦାସମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀକେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେ.ଭି ସିଂ ଦେଓ, ବାଚସ୍ପତି ସୁରମା ପଢୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନରେ ସେ ଭୁବନେଶ୍ବର ଉଦୟଗିରି ଓ ଖଣ୍ଡଗିରି ପରିଦର୍ଶନ କରିଥିଲେ ।

Advertisment

ଅଧିକ ପଢନ୍ତୁ: ନାଁ ଯେମିତି ଅନନ୍ୟା, ପ୍ରତିଭା ବି ଅନନ୍ୟ; ତାଙ୍କ ତୁଳୀର ମୁନରେ ଜୀବନ୍ତ ହୁଏ ଚିତ୍ର 

Puri President Navy President Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ