Advertisment

President Droupadi Murmu: ନୌସେନା ଦିବସରେ ସାମିଲ୍ ହେବେ ରାଷ୍ଟ୍ରପତି; ପୁରୀରେ ଲାଗୁହେଲା ଟ୍ରାଫିକ୍ କଟକଣା

ଅପରାହ୍ଣରେ ପୁରୀ ବ୍ଳୁ ଫ୍ଳାଗ୍ ବିଚରେ ଆୟୋଜିତ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ମାଡାମ୍ ପ୍ରେସିଡେଣ୍ଟ।

author-image
Sonali Ojha
ଅଦ୍ୟତନ ହୋଇଛି
PURI

PURI

ରାଷ୍ଟ୍ରପତିଙ୍କ ୫ ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ ପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ। ଶ୍ରୀକ୍ଷେତ୍ର ପୁରୀରେ ଆଜି ଦିନତମାମ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ରହିଛି। ସକାଳ ୯ଟାରେ ରାଷ୍ଟ୍ରପତି ଭୁବନେଶ୍ବରରୁ ବାହାରି ସ୍ବତନ୍ତ୍ର ହେଲିକପଟର ଯୋଗେ ପୁରୀ ଯିବେ।

Advertisment

ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହି ଗସ୍ତ ପାଇଁ ସକାଳୁ କିଛି ଘଣ୍ଟା ଲାଗି ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଦର୍ଶନ ପରେ ଗୋପବନ୍ଧୁ ଆୟୁର୍ବେଦ କଲେଜର ୭୫ତମ ପ୍ରତିଷ୍ଠା ଦିବସ ଓ ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବେ ମହାମହିମ।ଯେଉଁଠି ସାମିଲ ହେବେ ୮ଶହରୁ ଅଧିକ ଆଲୁମିନି। ସେଠାରୁ ମଧ୍ୟାହ୍ନ ୧୨ଟାରେ ପୁରୀ ରାଜଭବନ ଫେରି ଭୋଜନ କରିବେ ରାଷ୍ଟ୍ରପତି।

ଅପରାହ୍ଣରେ ପୁରୀ ବ୍ଳୁ ଫ୍ଳାଗ୍ ବିଚରେ ଆୟୋଜିତ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ମାଡାମ୍ ପ୍ରେସିଡେଣ୍ଟ। ଏଠାରେ ସଂଧ୍ୟା ୫ଟା ୪୫ ମିନିଟ ଯାଏଁ ନୌବୀରଙ୍କ ପରାକ୍ରମ ଦେଖିବେ ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ଟ୍ରାଫିକ୍ କଟକଣା। ପୁରୀରେ ରାଷ୍ଟ୍ରପତି ଏବଂ ନୌସେନା ଦିବସ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ଟ୍ରାଫିକ୍ କଟକଣା ଜାରି କରିଛି ପୁରୀ ପୋଲିସ।

Advertisment

ଅଧିକ ପଢନ୍ତୁ: ନାଁ ଯେମିତି ଅନନ୍ୟା, ପ୍ରତିଭା ବି ଅନନ୍ୟ; ତାଙ୍କ ତୁଳୀର ମୁନରେ ଜୀବନ୍ତ ହୁଏ ଚିତ୍ର 

ଭୁବନେଶ୍ୱରରୁ ଆସୁଥିବା ଚାରି ଚକିଆ ଯାନ ମାଳତୀ ପାଟପୁର ଦେଇ ତାଳବଣିଆରେ ପାର୍କିଂ କରିବେ। ଦୁଇ ଚକିଆ ଯାନ ବାଟଗାଁଠାରୁ ବାଇପାସରେ ଆସି ହୋଟେଲ ଷ୍ଟଲିଂ ନିକଟରେ କରିବେ ପାର୍କିଂ। ସେଇଭଳି କୋଣାର୍କ ପଟରୁ ଆସୁଥିବା ଚାରିଚକିଆ ଓ ଦୁଇ ଚକିଆ ତାଳ ବଣିଆରେ ରହିବେ। ବ୍ରହ୍ମଗିରି ପଟରୁ ଆସିଲେ ଷ୍ଟ୍ରଲିଁ ନିକଟରେ ପାର୍କିଂ କରିବେ। ପାସଧାରୀମାନେ ଜେଲ ରୋଡ ଓ ଶରଧାବାଲିରେ ପାର୍କିଂ କରିବାକୁ ବ୍ୟବସ୍ଥା କରାଯାଇଛି।

ବ୍ଲୁ ପାସଧାରୀ ହୋଟେଲ ନୀଳାଚଳ ଅଶୋକ, ଏସସିଏସ କଲେଜଠାରେ ପାର୍କିଂ କରିପାରିବେ। ପୁରୀ ପୋଲିସ ପକ୍ଷରୁ ସାଇନେଜ୍ ଗୁଡ଼ିକ ପ୍ରତି ଛକରେ ଲଗାଯାଇଛି। ପୋଲିସର ନିର୍ଦ୍ଦେଶାନାମାକୁ ଅନୁପାଳନ କରିବାକୁ ଅନୁରୋଧ କରିଛନ୍ତି ପୁରୀ ଏସପି। ତେଣେ ଆଜି ପାଇଁ ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ପୁରୀ ପୌରପାଳିକାରେ ଥିବା ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ।

ଅଧିକ ପଢନ୍ତୁ: କିଟି କିଟି ଅନ୍ଧାରିଆ ପାଇପ୍‌ରେ ୬୦ ରାତି! କେମିତି କାଟିଲେ ବୃଦ୍ଧ ..

ଏଥିସହ ସହର ନିକଟବର୍ତ୍ତୀ ମଦର୍ସ ପବ୍ଲିକ ସ୍କୁଲ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ୍ ସ୍କୁଲ, ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ। ତେବେ NCERT ଦ୍ବାରା ପରିଚାଳିତ PARAKH ପରୀକ୍ଷା ହେବ। ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଥିବାରୁ ଏହି ପରୀକ୍ଷାକୁ କରାଯିବ। ପରୀକ୍ଷାର୍ଥୀମାନେ ସକାଳ ୭ଟାରୁ ୧୨ ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ।

Puri President Of India President Odisha Visit Droupadi Murmu
Advertisment
Advertisment