Advertisment

Droupadi Murmu Odisha Visit: ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, ନୌସେନାର ସମରାଭ୍ୟାସରେ ହେବେ ସାମିଲ

ଏହି 'ଅପରେସନ ଡେମୋନଷ୍ଟ୍ରେସନ' ବା ପରିଚାଳନାଗତ ପ୍ରଦର୍ଶନୀରେ ନୌସେନା ନିଜର ଅଜେୟ ସାମୁଦ୍ରିକ କ୍ଷମତା ଓ ଶକ୍ତି ପ୍ରଦର୍ଶନ କରିବା ଲାଗି ପ୍ରସ୍ତୁତ କରିଛି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଡିସେମ୍ବରରେ ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି । ଆସନ୍ତା ଡିସେମ୍ବର ୪ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଯୋଗ ଦେବେ । ପୁରୀ ବ୍ଲୁ ଫ୍ଲାଗ ବିଚରେ ଆୟୋଜିତ କାର୍ଯ୍ୟକ୍ରମରେ ନୌସେନାର 'ଅପରେସନ ଡେମୋନଷ୍ଟ୍ରେସନ' ପ୍ରଦର୍ଶିତ ହେବ । ଏଥିପାଇଁ ନୌସେନା ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।

Advertisment

ଏହି 'ଅପରେସନ ଡେମୋନଷ୍ଟ୍ରେସନ' ବା ପରିଚାଳନାଗତ ପ୍ରଦର୍ଶନୀରେ ନୌସେନା ନିଜର ଅଜେୟ ସାମୁଦ୍ରିକ କ୍ଷମତା ଓ ଶକ୍ତି ପ୍ରଦର୍ଶନ କରିବା ଲାଗି ପ୍ରସ୍ତୁତ କରିଛି । ଏହି କାର୍ଯ୍ୟକ୍ରମରେ ନୌସେନା ବହୁମୁଖୀ କ୍ଷମତାକୁ ପ୍ରଦର୍ଶିତ କରିବ । ନାଗରିକଙ୍କ ମଧ୍ୟରେ ସମୁଦ୍ରକୁ ନେଇ ସଚେତନତା ବୃଦ୍ଧି କରିବ ଏବଂ ଭାରତର ସମୃଦ୍ଧ ସାମୁଦ୍ରିକ ଐତିହ୍ୟକୁ ସମ୍ମାନ ପ୍ରଦର୍ଶନ କରିବାରେ ସହାୟକ ହେବ । ତେବେ ନୌସେନା ପକ୍ଷରୁ ହେଉଥିବା ଏହି ‘ଅପରେସନ ଡେମୋନଷ୍ଟ୍ରେସନ୍‌’ କାର୍ଯ୍ୟକ୍ରମକୁ ସମୁଦ୍ର କୂଳରୁ ଲାଇଭ ପ୍ରଦର୍ଶନକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ବସିବାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ସୂଚନା ଅନୁସାରେ ଶେଷ ଥର ପାଇଁ ଗତ ଜୁଲାଇ ମାସରେ ଓଡ଼ିଶା ଆସିଥିଲେ ମହାମହିମ ରାଷ୍ଟ୍ରପତି । ଜୁଲାଇ ୬ରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦ୍ରୌପଦୀ ମୁର୍ମୁ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଇଥିଲେ । ଏହାପରେ ରାଜଭବନରେ ରାତ୍ରୀଯାପନ କରିବା ପରେ ସେ ଜୁଲାଇ ୭ରେ ପୁରୀ ଯାଇ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିଲେ । ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାଙ୍ଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେ.ଭି ସିଂ ଦେଓ, ବାଚସ୍ପତି ସୁରମା ପଢୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନରେ ସେ ଭୁବନେଶ୍ବର ଉଦୟଗିରି ଓ ଖଣ୍ଡଗିରି ପରିଦର୍ଶନ କରିଥିଲେ ।

Puri Navy President Of India Droupadi Murmu
Advertisment
Advertisment