Advertisment

Droupadi Murmu Odisha Visit: ଆଜି ଓଡ଼ିଶା ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

author-image
Sonali Ojha
ଅଦ୍ୟତନ ହୋଇଛି
president

president

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୫ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ସୂଚନା ଅନୁସାରେ ଶେଷ ଥର ପାଇଁ ଗତ ଜୁଲାଇ ମାସରେ ଓଡ଼ିଶା ଆସିଥିଲେ ରାଷ୍ଟ୍ରପତି । ଜୁଲାଇ ୬ରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦ୍ରୌପଦୀ ମୁର୍ମୁ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଇଥିଲେ । ଏହାପରେ ରାଜଭବନରେ ରାତ୍ରୀଯାପନ କରିବା ପରେ ସେ ଜୁଲାଇ ୭ରେ ପୁରୀ ଯାଇ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିଲେ । ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

Advertisment

ଅଧିକ ପଢନ୍ତୁ:ପୂର୍ବ ଭାରତ ବିଜୟ ଲକ୍ଷ୍ୟରେ, ଓଡ଼ିଶା ହେଲା କି ମୋଦିଙ୍କ ପ୍ରୟୋଗଶାଳା?

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାଙ୍ଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେ.ଭି ସିଂ ଦେଓ, ବାଚସ୍ପତି ସୁରମା ପଢୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନରେ ସେ ଭୁବନେଶ୍ବର ଉଦୟଗିରି ଓ ଖଣ୍ଡଗିରି ପରିଦର୍ଶନ କରିଥିଲେ ।

ଅଧିକ ପଢନ୍ତୁ:ବିଜେଡି ନେତାଙ୍କ ବାହାଭୋଜିରେ ପାଣ୍ଡିଆନ୍, କ’ଣ କହୁଛନ୍ତି ରାଜନୈତିକ ସମୀକ୍ଷକ...

Puri President Navy Droupadi Murmu
Advertisment
Advertisment