/odishatv-khabar/media/post_attachments/uploadimage/library/16_9/16_9_0/IMAGE_1742815165.jpg)
President Droupadi Murmu
ପ୍ରଭୁ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଓହ୍ଲାଇଥିଲେ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିଥିଲେ । ସେଠାରୁ ନୀଳମାଧବ ମନ୍ଦିରରେ ପହଞ୍ଚି ନୀଳମାଧବଙ୍କ ଦର୍ଶନ କରିଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା ।
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !#PresidentOfIndia#DroupadiMurmu#OTV#Kantilo#NilamadhabaTemplepic.twitter.com/IlBx0fXekj
— ଓଟିଭି (@otvkhabar) March 24, 2025
ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଖୁବଶୀଘ୍ର ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ନୀଳମାଧବଙ୍କ ଦର୍ଶନ ସାରି ରାଷ୍ଟ୍ରପତି ମୁର୍ମୁ କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନ ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସେ ପ୍ରଥମେ ବିଶ୍ବାବସୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମହାଯଜ୍ଞରେ ସାମିଲ ହୋଇଥିଲେ । ଏହାପରେ ବିଶ୍ବାବସୁ ଶବର ସମାଜ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମହାମହିମଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ସ୍ଥାନୀୟ ବିଧାୟକ ସାମିଲ୍ ଅଛନ୍ତି ।
ଏହି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତାକାଲି (ମଙ୍ଗଳବାର) ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)