Astrospeak
  • Live TV
  • Read In English

President Visits Kantilo : ନୀଳମାଧବଙ୍କ ଦର୍ଶନ କଲେ ମହାମହିମ, ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ‌ଉପସ୍ଥିତ

କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ନୀଳମାଧବ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। 

President Droupadi Murmu
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଭୁ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଓହ୍ଲାଇଥିଲେ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ଉପସ୍ଥିତ ରହିଥିଲେ । ସେଠାରୁ ନୀଳମାଧବ ମନ୍ଦିରରେ ପହଞ୍ଚି ନୀଳମାଧବଙ୍କ ଦର୍ଶନ କରିଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । 

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଖୁବଶୀଘ୍ର ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା

ନୀଳମାଧବଙ୍କ ଦର୍ଶନ ସାରି ରାଷ୍ଟ୍ରପତି ମୁର୍ମୁ କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନ ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସେ ପ୍ରଥମେ ବିଶ୍ବାବସୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମହାଯଜ୍ଞରେ ସାମିଲ ହୋଇଥିଲେ । ଏହାପରେ ବିଶ୍ବାବସୁ ଶବର ସମାଜ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମହାମହିମଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ସ୍ଥାନୀୟ ବିଧାୟକ ସାମିଲ୍ ଅଛନ୍ତି । 

ଏହି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତାକାଲି (ମଙ୍ଗଳବାର) ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । 

ଅଧିକ ପଢ଼ନ୍ତୁ:ନକଲି ପୋଲିସ ଅଫିସର ଓ କନଷ୍ଟେବଲ ଗିରଫ, ଜବତ ହେଲା ୨ ଲକ୍ଷରୁ ଅଧିକ ନକଲି ଟଙ୍କା