Advertisment

President Droupadi Murmu: ଜନ୍ମମାଟି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଓ ବାଙ୍ଗିରିପୋଷି ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ପୋଲିସ ଏଡିଜି। ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଙ୍ଗିରିପୋଷି ଠାରେ ୩ଟି ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ।

president

president

Advertisment

ଜନ୍ମମାଟିକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୫ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଗାଁ ମୟୂରଭଞ୍ଜର ଉପରବେଡା ଗସ୍ତରେ ଯିବେ । ଏହା ପୂର୍ବରୁ ସକାଳେ ଭୁବନେଶ୍ବରରେ କିଛି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି। ସକାଳ ୮ଟା ୫୫ରେ ରାଜଭବନରୁ ବାହାରି ଏଜି ଛକରେ ଥିବା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମହାପରିନିର୍ବାଣ ଦିବସ ଅବସରରେ ପୁଷ୍ପମାଲ୍ୟାର୍ପଣ କରିଛନ୍ତି।

Advertisment

ଏହାପରେ ଭୁବନେଶ୍ୱର ବିମାନ ବନ୍ଦରରୁ ପଶ୍ଚିମବଙ୍ଗର କଲେଇକୁଣ୍ଡା ବିମାନ ବନ୍ଦରକୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଉଡ଼ାଣ ଭରିବେ । କଲେଇକୁଣ୍ଡା ବିମାନ ବନ୍ଦରରୁ ଏମଆଇ-17 ବିମାନ ଯୋଗେ ସେ ମଯୂରଭଞ୍ଜ ବାଦାମପାହାଡ ସ୍ଥିତ ରଙ୍ଗମାଟିଆ ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ସେ ସଡକପଥରେ ଉପରବେଡ଼ା ସରକାରୀ ୟୁପି ସ୍କୁଲ ପରିଦର୍ଶନରେ ଯିବେ। ଏହା ପରେ ସେ ଉରବେଡା ସ୍ଥିତ ନିଜ ବାସଭବନକୁ ଯିବେ। ପରେ ସେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ।

ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଓ ବାଙ୍ଗିରିପୋଷି ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ପୋଲିସ ଏଡିଜି। ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଙ୍ଗିରିପୋଷି ଠାରେ ୩ଟି ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ବାଙ୍ଗିରିପୋଷି-ଗୋରୁମହିସାଣି, ବୁଢ଼ାମରା-ଚକୁଳିଆ ଏବଂ ବାଦାମପାହାଡ଼-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ। ସେଥିପାଇଁ ରେଳ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚି ଥିବା ବେଳେ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ରାଜେଶ କୁମାର।

Advertisment

ଅଧିକ ପଢ଼ନ୍ତୁ: Odisha Plus-2 Exam: ବଦଳିବ +2 ପରୀକ୍ଷା ଢାଞ୍ଚା; ନୂଆ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

Mayurbhanj President Of India Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ