Advertisment

ମହୋଦଧି କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି

ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ ।

ଅଦ୍ୟତନ ହୋଇଛି
President Of India Droupadi Murmu Took A Stroll Early This Morning On Puri Beach

President Of India

Advertisment

ପୁରୀରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ ।

Advertisment

ସୂଚନା ଅନୁସାରେ ଗତକାଲି ମହାପ୍ରଭୁଙ୍କ ରଥଯାତ୍ରା ଦେଖିଥିଲେ ମହାମହିମ ରାଷ୍ଟ୍ରପତି । ୪ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ବାୟୁସେନାର ସ୍ବତନ୍ତ୍ର ହେଲକପ୍ଟଟରରେ ପୁରୀରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ । ଆଉ ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ବଡ଼ଦାଣ୍ଡରେ ପହଞ୍ଚିଥିଲେ । ଏହାପରେ ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

Advertisment

 Live Updates: ରଥଯାତ୍ରା ୨୦୨୪ ଲାଇଭ ଅପଡେଟ୍ ଦେଖିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ...

ରାଷ୍ଟ୍ରପତିଙ୍କ ସାଙ୍ଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେ.ଭି ସିଂ ଦେଓ, ବାଚସ୍ପତି ସୁରମା ପଢୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ ।

Advertisment

ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ସେ ଆଜି ଭୁବନେଶ୍ବର ଉଦୟଗିରି ଓ ଖଣ୍ଡଗିରି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ଶନିବାର ଭୁବନେଶ୍ବରରେ ପହଞ୍ଚିଥିଲେ। ପ୍ରଥମ ଦିନରେ ଜୟଦେବ ଭବନରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ଉତ୍ସବରେ ଯୋଗ ଦେଇଥିଲେ। ଗତକାଲି ପୁରୀ ଯାଇ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଦେଖିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ସେ ଦିଲ୍ଲୀ ଫେରିଯିବେ ମହାମହିମ ରାଷ୍ଟ୍ରପତି ।

ଅଧିକ ପଢ଼ନ୍ତୁ: ୫୩ ବର୍ଷ ପରେ ବିରଳ ରଥଯାତ୍ରା: ଶ୍ରୀଜୀଉଙ୍କୁ ଦର୍ଶନ କଲେ ଶଙ୍କରାଚାର୍ଯ୍ୟ, ଛେରାପହଁରା କଲେ ଗଜପତି

Srimandir President Of India Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ