/odishatv-khabar/media/post_attachments/uploadimage/library/16_9/16_9_0/PM_Modi__1726550483.jpg)
PM Modi
ଅପେକ୍ଷାର ହେଲା ଅନ୍ତ । ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ପ୍ରଧାନମନ୍ତ୍ରୀ ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ଏଥିପାଇଁ ରାଜଧାନୀର ଜନତା ମୈଦାନରେ ଭବ୍ୟ ଆୟୋଜନ ହୋଇଛି ।
ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ବସିବାର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ସମେତ ପୋଲିସ କଣ୍ଟ୍ରୋଲ ରୁମ୍ ଆଦିର ବ୍ୟବସ୍ଥା ହୋଇଛି।
ଅଧିକ ପଢନ୍ତୁ : ମହିଳାଙ୍କ ପାଇଁ ଖୁସି ଖବର; ଖାତାକୁ ଗଲା ସୁଭଦ୍ରା ଟଙ୍କା
ଏପଟେ ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଯିବେ ପ୍ରଧାନମନ୍ତ୍ରୀ । ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ । ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।
ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକଙ୍କ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)