Advertisment

Prime Minister Narendra Modi's Odisha Visit: ଜୁନ୍‌ରେ ଓଡ଼ିଶା ଆସିବେ ମୋଦି ! ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ହୋଇପାରନ୍ତି ସାମିଲ

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ବଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ଜୁନ ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
ଓଡ଼ିଶା ଆସିବେ ମୋଦି !

ଓଡ଼ିଶା ଆସିବେ ମୋଦି !

ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହିତ ଯୋଗାଯୋଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Advertisment

ଅଧିକ ପଢ଼ନ୍ତୁ: ରାଜନୈତିକ ବ୍ୟାପାର କମିଟିରେ ପ୍ୟାରୀ, ନବୀନ ଓ ପାଣ୍ଡିଆନଙ୍କ ଅନୁଗତ, ବରିଷ୍ଠ ଉଭାନ୍

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ବଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ଜୁନ ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରିପୋର୍ଟ କାର୍ଡ ଧରି ରାଜ୍ୟର ଏକ କୋଟି ପରିବାରଙ୍କ ପାଖରେ ପହଞ୍ଚିବେ ସରକାର । ୨୦୨୪ ନିର୍ବାଚନ ବେଳେ ବିଜେପି ଦେଇଥିବା ୨୧ଟି ପ୍ରତିଶ୍ରୁତିରୁ ବର୍ଷକ ମଧ୍ୟରେ ୧୧ଟି ପୂରଣ ସରିଲାଣି । ଆଗାମୀ ଏକ ବର୍ଷ ମଧ୍ୟରେ ବଳକା ୧୦ଟି ପ୍ରତିଶ୍ରୁତି ପୂରଣ କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

Advertisment
Odisha Narendra Modi BJP
Advertisment
Related Articles
Advertisment