ଓଡ଼ିଶା ଆସିବେ ମୋଦି !
ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହିତ ଯୋଗାଯୋଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଅଧିକ ପଢ଼ନ୍ତୁ: ରାଜନୈତିକ ବ୍ୟାପାର କମିଟିରେ ପ୍ୟାରୀ, ନବୀନ ଓ ପାଣ୍ଡିଆନଙ୍କ ଅନୁଗତ, ବରିଷ୍ଠ ଉଭାନ୍
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ବଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ଜୁନ ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରିପୋର୍ଟ କାର୍ଡ ଧରି ରାଜ୍ୟର ଏକ କୋଟି ପରିବାରଙ୍କ ପାଖରେ ପହଞ୍ଚିବେ ସରକାର । ୨୦୨୪ ନିର୍ବାଚନ ବେଳେ ବିଜେପି ଦେଇଥିବା ୨୧ଟି ପ୍ରତିଶ୍ରୁତିରୁ ବର୍ଷକ ମଧ୍ୟରେ ୧୧ଟି ପୂରଣ ସରିଲାଣି । ଆଗାମୀ ଏକ ବର୍ଷ ମଧ୍ୟରେ ବଳକା ୧୦ଟି ପ୍ରତିଶ୍ରୁତି ପୂରଣ କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1747391071.jpg)