/odishatv-khabar/media/post_attachments/uploadimage/library/16_9/16_9_0/IMAGE_1749274843.jpg)
PM Modi to visit Odisha
ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜୁନ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।
ରାଜସ୍ୱ ମନ୍ତ୍ରୀ କହିଛନ୍ତି, ‘‘ଆମେ ୧୨ ତାରିଖରେ ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରିଥିଲୁ । ହେଲେ ୨୦ ତାରିଖରେ ଆସିବା ନେଇ ସମୟ ଧାର୍ଯ୍ୟ ହୋଇଛି । ୧୨ ତାରିଖର ମୂଳ କାର୍ଯ୍ୟକ୍ରମ ୨୦ ତାରିଖକୁ ଘୁଞ୍ଚା ଯାଇଛି । ଶେଷ କାର୍ଯ୍ୟକ୍ରମ ୨୦ରେ ଅନୁଷ୍ଠିତ ହେବ । ସ୍ଥାନ ନିରୂପଣ ଚାଲିଛି । ଆଗକୁ ମୁଖ୍ୟମନ୍ତ୍ରୀ ପ୍ରେସ କନଫେରେନ୍ସ କରି ଏ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବେ । ଏହା ପରେ ଭିଜନ ଡକ୍ୟୁମେଣ୍ଟ ଉନ୍ମୋଚନ ହେବ । ୧୨ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଫାଇନାଲ ସୂଚୀ ଆଜି ସନ୍ଧ୍ୟା ସୁଦ୍ଧା ବାହାରିଯିବ । ’’
ଅଧିକ ପଢନ୍ତୁ: ଜି-୭ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ
ସୂଚନା ଯୋଗ୍ୟ, ପୂର୍ବରୁ ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ ୧୨ରୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏ ନେଇ ୧୨ ତାରିଖରେ ଓଡିଶା ଆସି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ । ହେଲେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟାନ୍ୟ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିବାରୁ ଓଡିଶା ଆସିବା କାର୍ଯ୍ୟକ୍ରମକୁ ଘୁଞ୍ଚାଇ ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)