• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ବଡ଼ ଖବର । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିର ପ୍ରବେଶ ଅନୁମତି ରହିବ। ସିଂହଦ୍ବାର ଓ ପଶ୍ଚିମ ଦ୍ବାର ଦେଇ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। 

ତେବେ ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଦ୍ବାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ। ସିଂହଦ୍ବାର ଦେଇ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର ଏ ବ୍ୟବସ୍ଥା ଶ୍ରୀମନ୍ଦିର ସେବକ/ସେବକ ପରିବାର ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି କୁହାଯାଇଛି। 

 

OTV is now on Whatsapp

Join and get latest news update delivered to you via whatsapp

Join Now