Advertisment

ଜୁଲାଇ ୮ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ଗଣତି-ମଣତି

ଅନ୍ୟପଟେ ଆଜି ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କରିଛନ୍ତି । ପୁରୀରେ ରଥଯାତ୍ରା ସମୀକ୍ଷାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

author-image
Satyendu Shekher Mishra
Ratna bhandar

Ratna bhandar

ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜୁଲାଇ ୮ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ଗଣତି। ମିଳିଥିବା ସୂଚନା ଅନୁସାରେ, ୮ରୁ ୨୭ ତାରିଖ ୨୦ ଦିନ ଧରି ଚାଲିପାରେ ଗଣତି ମଣତି କାମ। ଏହାପୂର୍ବରୁ ୫ ତାରିଖରେ ବସିପାରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ୍ ପଶାୟତ ତା ପୂର୍ବଦିନ ଅର୍ଥାତ୍ ଜୁଲାଇ ୪ ତାରିଖରେ ଓଡିଶା ଆସିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

Advertisment

ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଥିଲେ ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ କହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାତାଳରେ ଥିଲେ ବି ଦୋଷୀଙ୍କୁ ଖୋଜି ବାହାର କରି ଦଣ୍ଡବିଧାନ କରାଯିବ । 

ଅନ୍ୟପଟେ ଆଜି ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କରିଛନ୍ତି । ପୁରୀରେ ରଥଯାତ୍ରା ସମୀକ୍ଷାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଇଚନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ପୁରୀ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ । 

ତେବେ ଏଥର ପୁରୀରେ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀ, ୬ ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ, କମାଣ୍ଡାଣ୍ଟ ବା ଏସପି ପାହ୍ୟାର ୧୯ ଜଣ, ଅତିରିକ୍ତ ଏସପି ବା ଡେପୁଟି କମଣ୍ଡାଣ୍ଟ ପାହ୍ୟାର ୩୩ ଜଣ, ଆସିଷ୍ଟାଣ୍ଟ କମାଣ୍ଡର ବା ଡିଏସପି ପାହ୍ୟାର ୭୫ ଜଣ, ଇନ୍ସପେକ୍ଟର ୧୩୦ ଜଣ, ୬୭୫ ଜଣ ଏଏସଆଇ ଓ ଏସଆଇ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ଵରେ ମୁତୟନ ରହିବେ ।

Srimandir Lord Jagannath Ratna Bhandar
Advertisment
Advertisment