• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ ।

ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳଭ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ୱୟ ସାଙ୍ଗରେ ନେଇଯିବେ ।

ସେମାନେ ପାଦୁକା ଦ୍ୱୟକୁ ଧରି ଶ୍ରୀଜଗନ୍ନାଥ ବଲ୍ଳଭ ମଠରେ ପହଞ୍ଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ । ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ । ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇଆସୁଛି ।

OTV is now on Whatsapp

Join and get latest news update delivered to you via whatsapp

Join Now