/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751292656.jpg)
Puri Rath Yatra Stampede
ପୁରୀ ରଥ ଦଳାଚକଟା ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି । ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି । ଗତକାଲି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନୋଟିସ୍ କରିଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜବାବ ତଲବ କଲେ କମିଶନ । ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବାକି ରଥଯାତ୍ରା ସଠିକ୍ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅଧିକ ପଢ଼ନ୍ତୁ: ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି
ତେବେ ଗତକାଲି ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଥିଲେ । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ବଦଳି କରାଯାଇଥିଲା । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳର ଦାୟିତ୍ୱ ନେଇଛନ୍ତି ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଥିଲେ । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)