Advertisment

Ration Card: ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ଚାଉଳ

ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ପାଇଁ ନିର୍ଦ୍ଦେଶ ।

author-image
Satyendu Shekher Mishra
CM MOHAN MAJHI

CM MOHAN MAJHI

ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ଚାଉଳ ଦିଆଯିବ । ସାଧାରଣ ବଣ୍ଟନ ବିଭାଗର କାର୍ଯ୍ୟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ବାଦ୍ ପଡ଼ିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ସାମିଲ ପାଇଁ ନିର୍ଦ୍ଦେଶ ଦେବା ସହ E-KYC ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି । ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisment

ଅନ୍ୟପଟେ କେନ୍ଦ୍ର ପରେ ରାଜ୍ୟ ବି ବଢାଇବ ମାଗଣା ଚାଉଳ ଅବଧି । ୨୦୨୮ ପର୍ଯ୍ୟନ୍ତ ବଢିଛି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା । ଗରିବଙ୍କୁ ମାଗଣାରେ ଭିଟାମିନ୍ ଯୁକ୍ତ ଚାଉଳ ଯୋଗାଇ ଦେବେ କେନ୍ଦ୍ର ସରକାର । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇସାରିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ମଧ୍ୟ ସେହି ଅନୁପାତରେ ମାଗଣାରେ ଚାଉଳ ଯୋଗାଣ ଅବଧି ବୃଦ୍ଧି କରାଯିବ ।

ଏପଟେ ରାଜ୍ୟରେ ରାସନ କାର୍ଡର E-KYC ଚାଲିଛି । ପାଖାପାଖି ୩ କୋଟି E-KYC ସରିଥିବା କହିଥିଲେ କୃଷ୍ଣଚନ୍ଦ୍ର ପାତ୍ର । ଖୁବ୍‌ଶୀଘ୍ର ନୂଆ ରାସନ କାର୍ଡ ବଣ୍ଟନ କରାଯିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଥିଲେ।

Advertisment

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ୨୦୨୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟର ମଂଜୁରୀ ହୋଇଛି । ଏହା ବ୍ୟତୀତ ସୀମାବର୍ତ୍ତି ରାଜ୍ୟଗୁଡ଼ିକରେ ଭିତ୍ତିଭୂମି ବିକାଶ ଉପରେ କ୍ୟାବିନେଟ୍ ମଧ୍ୟ ଗୁରୁତ୍ୱାରୋପ କରିଛି । କେନ୍ଦ୍ର କ୍ୟାବିନେଟ୍ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ଏହାର ସମ୍ପୂର୍ଣ୍ଣ ଖର୍ଚ୍ଚ ୧୭,୦୮୨ କୋଟି ହେବ, ଯାହା କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ରମନ୍ତ୍ରୀ ଆହୁରି କହିଥିଲେ ଯେ, ସରକାରଙ୍କ ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ପୁଷ୍ଟିକର ସୁରକ୍ଷା ବୃଦ୍ଧି କରିବା ।

BJD BJP Congress Odisha Politics
Advertisment
Advertisment