Advertisment

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର; ଚାଉଳ ସହ ମିଳିବ ଗହମ

ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଅଦ୍ୟତନ ହୋଇଛି
Ration Card Holders

Ration Card Holders

Advertisment

ଖୁସି ଖବର । ପୁଣି ଥରେ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି,  ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି ସେ ରଖିଛନ୍ତି । 

Advertisment

ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳୁଥିବା ଗହମକୁ ବନ୍ଦ କରି ଦେଇଥିଲେ ପୂର୍ବ ସରକାର । ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରାଯିବା ପରେ ଗହମ ଯୋଗାଣକୁ ବନ୍ଦ କରି ଦିଆଯାଇଥିଲା । ଏବେ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀ ଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ପାଇବେ । 

ଗତ ବିଜେଡି ସରକାର ୨୦୨୦-୨୧ ମସିହାରୁ ରାଜ୍ୟରେ ହିତାଧିକାରୀଙ୍କୁ ସାଧାରଣବଣ୍ଟନ ବ୍ୟବସ୍ଥାରେ ଗହମ ଦେବା ବନ୍ଦ କରି ଦେଇଥିଲେ। ନିର୍ଦ୍ଧାରିତ ଗହମ କୋଟା ଖର୍ଚ୍ଚ କରିବାରେ ବିଫଳ ସେତେବେଳେ ବିଜେଡି ସରକାର ରାଜ୍ୟର ହିତାଧିକାରୀଙ୍କୁ କେବଳ ଚାଉଳ ଦେବା ପାଇଁ ନିଷ୍ପତ୍ତି ନେଇଥିଲେ।

Advertisment
Ration Card Ration Card Holders
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ