• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି । ଏମିତି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କରୁଥିଲେ କ’ଣ ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ପଚାରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ତେବେ ନାଁ ବଦଳିବା ତାଙ୍କ ବ୍ୟକ୍ତିଗତ ମତ ବୋଲି ସେ କହିଛନ୍ତି। ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ । ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗଦେଇ ଧର୍ମେନ୍ଦ୍ର ପ୍ରଧାନ ଏହି ମତ ଦେଇଛନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now