Advertisment

ଆସନ୍ତାକାଲିଠୁ ଆରମ୍ଭ ହେବ ‘ସୁଭଦ୍ରା’ ପଞ୍ଜିକରଣ, ଜାଣନ୍ତୁ କେମିତି କରିବେ ଆବେଦନ...

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ ।

Subhadra Yojana

Subhadra Yojana

Advertisment

ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆସନ୍ତାକାଲିଠାରୁ ଆରମ୍ଭ ହେବ ପଞ୍ଜିକରଣ । ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ସୋସିଆଲ୍ ମିଡ଼ିଆରେ ଲାଇଭରେ ଆସି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଆଜିଠାରୁ ଫର୍ମ ଉପଲବ୍ଧ ହୋଇଥିବାବେଳେ କାଲିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

Advertisment

ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ ବୋଲି ଲାଇଭରେ ଆସି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ । ଏହା ସହ ଆଧାର କାର୍ଡ ସହିତ ନିଜର କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ହୋଇଥିବା ଜରୁରୀ । ହିତାଧିକାରୀଙ୍କ ମୋବାଇଲ୍ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍ ହୋଇଥିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

Advertisment

Subhadra Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ