Advertisment

Puri Srimandir Ratna Bhandar: ଆଜିଠୁ ବହୁ ପ୍ରତୀକ୍ଷିତ ରତ୍ନଭଣ୍ଡାର ମରାମତି କାମ; ସମସ୍ତେ ପିନ୍ଧିବେ ପାରମ୍ପରିକ ପୋଷାକ

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପଟେମ୍ବର 21 ଓ 22 ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।

author-image
Sujit kumar Swain
Puri Srimandir Ratna Bhandar

Puri Srimandir Ratna Bhandar

ଆଜିଠୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପଟେମ୍ବର 21 ଓ 22 ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ। 

Advertisment

ଉପସ୍ଥିତ ରହିବେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ। ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଏବଂ ASIର ସ୍ୱତନ୍ତ୍ର ଟିମ ଉପସ୍ଥିତ ରହିବେ। ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। 

ଅଧିକ ପଢ଼ନ୍ତୁ: କେଉଁ ଭୟରେ ପୀଡ଼ିତ ବିଜେଡି ? ସତ୍ତାରୁ ଯିବା ପରେ ବି ତୁଟୁନି କେନ୍ଦ୍ରୀୟ ବିଜେପି ମୋହ

Advertisment

ମିଳିଥିବା ସୂଚନା ଅନୁସାରେ ପ୍ରଥମେ ଭିତର ଭଣ୍ଡାର ମରାମତି ହେବ। ଏଥିପାଇଁ ପ୍ରଥମେ ଭାରାବନ୍ଧା କାମ ହେବ, ଏହାପରେ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ। ଏହାପରେ ଯେଉଁ ଯେଉଁ ସ୍ଥାନରେ ଫାଟ ଅଛି ତାର ମରାମତି ହେବ। ପଥର ପ୍ରଭାବିତ ହୋଇଥିଲେ, ରିପ୍ଲେସ୍ କରାଯିବ। ସେହିପରି ଚଟାଣର ଅନେକ ସ୍ଥାନରେ ମୂଷା ଗାତ ଥିବାରୁ, ସଂପୂର୍ଣ୍ଣ ଚଟାଣର ମଧ୍ୟ ଡିପ୍ଲାଷ୍ଟରିଂ କରାଯାଇ ମରାମତି କରାଯିବ। ଯେଭଳି ଆଗାମୀ ଶହେ ବର୍ଷ ପାଇଁ କୌଣସି ସମସ୍ୟା ନରିବ ତାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି।

ସମୟ ନିର୍ଘଣ୍ଟ ଅନୁଯାୟୀ, ଦ୍ବିପ୍ରହର ଧୂପ ଓ ଦ୍ବିତୀୟ ଭୋଗ ମଣ୍ଡପ ଶେଷ ପରେ ପ୍ରତ୍ୟେହ ଦିନ ପ୍ରାୟ ସାଢ଼େ 12ଟା କିମ୍ବା ଗୋଟାଏରୁ ମରାମତି କାମ ଆରମ୍ଭ ହେବ। ଯାହା ପ୍ରାୟ 5 ଘଣ୍ଟା ଧରି ଚାଲିବ। ତେଣୁ ମରାମତି କାମ ଯୋଗୁଁ ଶ୍ରୀଜୀଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ହେବନାହିଁ ଏବଂ ଦର୍ଶନ ଶୃଙ୍ଖଳିତ ରହିବ ତା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି। 

ଅଧିକ ପଢ଼ନ୍ତୁ: ଶୀତରେ ଥରୁଛି ସାରା ଓଡ଼ିଶା, କାଲିଠୁ ୩ଦିନ ଯାଏଁ ପୁଣି ବର୍ଷା ସମ୍ଭାବନା !

Srimandir Ratna Bhandar Puri
Advertisment
Advertisment