/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751185819.jpg)
ବଦଳିଲେ ଜିଲ୍ଲାପାଳ-ଏସ୍ପି
ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
Advertisment
ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)